ମହିଳାଙ୍କୁ ସ୍ବାବଲମ୍ବୀ କରିଛି ପନିପରିବା ଚାଷ

ରାଇକିଆ,୩ା୧୨(ଡି.ଏନ୍‌.ଏ.): ସକାଳୁ ତାଜା ପନିପରିବା ସହ ରାସ୍ତା ପାଶର୍‌ବରେ ମହିଳାଙ୍କ ପନିପରିବା ବ୍ୟବସାୟର ଲମ୍ବା ଧାଡ଼ି। ଫୁଲ କୋବି, ବିନ୍ସ, ବନ୍ଧା କୋବିଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଶାଗ ବିକ୍ରି କରୁଛନ୍ତି ମହିଳା। ସତେଜ ପନିପରିବା ପାଇଁ ଗ୍ରାହକଙ୍କ ମଧ୍ୟ ଭିଡ଼ ଜମୁଛି। ପୂର୍ବରୁ ନିଜ ଜମିରେ ଚାଷ କରୁଥିବା ପନିପରିବାକୁ ବାହାର ବ୍ୟବସାୟୀଙ୍କୁ ବିକ୍ରି କରୁଥିଲେ। ଏବେ କିନ୍ତୁ ନିଜେ ବଜାରକୁ ପନିପରିବା ଆଣି ବିକ୍ରି କରି ଉଚିତ ଦର ପାଉଛନ୍ତି। ଏଥିରୁ ସ୍ବାବଲମ୍ବୀ ମଧ୍ୟ ହେଉଛନ୍ତି। ଏ ନେଇ ମହିଳା ଚାଷୀ ରୁନିମା ପ୍ରଧାନ କୁହନ୍ତି, ପୂର୍ବରୁ ଆମେ ବ୍ୟବସାୟୀଙ୍କୁ ସିଧାସଳଖ ବିକ୍ରି କରୁଥିଲୁ। ଏବେ କିନ୍ତୁ ବଜାରକୁ ଆସି ନିଜେ ବିକ୍ରି କରୁଛୁ। ଲକ୍‌ଡାଉନ ସମୟରେ ଉତ୍ପାଦିତ ପନିପରିବା ଗାଁରେ ରହି ବିକ୍ରି କରିବା ସମ୍ଭବପର ହେଲା ନାହିଁ । ଅଭାବୀ ବିକ୍ରିର ଶିକାର ହେଲୁ,ସେବେଠାରୁ ବଜାରକୁ ଆସି ସିଧାସଳଖ ପନିପରିବା ବିକ୍ରି କଲୁ। ଏହି ଧାରା ଆଜି ପର୍ଯ୍ୟନ୍ତ ଚାଲିଛି। ସଲାଙ୍ଗିଆ ଅଞ୍ଚଳରୁ ଆସିଥିବା ରଜନୀ ନାୟକ କୁହନ୍ତି, ନିତିଦିନିଆ ରୋଜଗାର ଦେଉଛି ପନିପରିବା। ଚଳିତ ବର୍ଷ ଲଘୁଚାପ ବର୍ଷା ଯୋଗୁ ବିନ୍ସ ଚାଷରେ ବ୍ୟାପକ କ୍ଷତି ହୋଇଥିଲା। ଏହି ସମୟରେ ଅନ୍ୟ ପରିବା ବିକ୍ରି କରି ପରିବାର ଚାଲିଥିଲା। ଏବେ କିନ୍ତୁ ବନ୍ଧା କୋବି, ମଟର ଭଲ ଚାଷ ହେଇଛି। ସେଥିରୁ ଭଲ ଦୁଇ ପଇସା ରୋଜଗାର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri