ଭଗ୍ନ ଅବସ୍ଥାରେ ପରିବା ମାର୍କେଟ

ଛତ୍ରପୁର,୨୬ା୧୦(ଦିଲୀପ ସାମଲ)ଛତ୍ରପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ବହୁ ପୁରାତନ ମାର୍କେଟଟି ଦୀର୍ଘଦିନ ଧରି ଭଗ୍ନ ଅବସ୍ଥାରେ ପଡିରହିଛି। ଫଳରେ ପରିବା ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟବସାୟୀମାନେ ଏ ନେଇ ବାରମ୍ବାର ଅଭିଯୋଗ କରୁଥିଲେ ସୁଦ୍ଧା ସୁଫଳ ମିଳୁନାହିଁ। ଅନ୍ୟପକ୍ଷରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ଛତ୍ରପୁରର ବ୍ୟବସାୟୀମାନେ ସୁବିଧାରେ ଯେଭଳି ଗୋଟିଏ ଜାଗାରେ ବସି ସୁବିଧାରେ ବ୍ୟବସାୟ କରିପାରିବେ ସେଥିଲାଗି ପ୍ରାୟ ୫୦ବର୍ଷ ତଳେ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ପରିବା ମାର୍କେଟ କରାଯାଇଥିଲା। ସେଠାରେ ପ୍ରାୟ ୩୦ଟି ଘର ନିର୍ମାଣ କରାଯାଇ ବ୍ୟବସାୟୀମାନଙ୍କୁ ହସ୍ତାନ୍ତର କରାଗଲା। ୧୯୯୯ ମହାବାତ୍ୟାରେ ଘରଗୁଡିକ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା। ମାତ୍ର ୪ରୁ ୫ଟି ଘର ବ୍ୟବହାର ଉପଯାଗୀ ଥିବା ବେଳେ ବଳକା ଘର ଗୁଡିକ ମରାମତି କରିବା ପାଇଁ ବ୍ୟବସାୟୀମାନେ ଏନଏସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବ୍ୟବସାୟୀମାନେ ରାସ୍ତା କଡରେ ବସି ବ୍ୟବସାୟ ଆରମ୍ଭ କରିଦେଇଥିଲେ। ଏହାଦ୍ୱାରା ଟ୍ରାଫିକ ଓ ପରିମଳ ସମସ୍ୟା ଦେଖାଗଲା। ପରିବା ବ୍ୟବସାୟୀମାନେ ରାସ୍ତାରେ ବସୁଥିବା ବେଳେ ଖରା, ବର୍ଷାରେ ବସୁଛନ୍ତି। ସେପଟେ ଟ୍ରାଫିକ୍‌ ଜାମରୁ ବିଦ୍ୟାଳୟ ଛାତ୍ରୀମାନେ ଯାତାୟତ ବେଳେ ଅସୁବିଧା ଭୋଗୁଛନ୍ତି। ତେଣୁ ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବା ଜରୁରୀ ହୋଇପଡିଛି । ଭଗ୍ନ ଅବସ୍ଥାରେ ଥିବା ଘରଗୁଡିକ ନିର୍ମାଣ କରାଗଲେ ବ୍ୟବସାୟୀମାନେ ସୁବିଧାରେ ବସି ବ୍ୟବସାୟ କରିପାରିବେ ବୋଲି କହିଛନ୍ତି। ଅନ୍ୟପଟେ ମାର୍କେଟ କମ୍ପ୍ଲେକ୍ସକୁ ନୂତନ ଭାବେ ନିର୍ମାଣ କରିବା ପାଇଁ ଯୋଜନା କରାଯାଇଛି। ପ୍ରାୟ ଏକ କୋଟି ବ୍ୟାୟରେ ମାଛ ଓ ପନିପରିବା ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିଲାଗି ଡିପିଆର ପ୍ରସ୍ତୁତ ହୋଇଯାଇଥିବା ସୂଚନା ମିଳିଛି। ଭିତ୍ତିପ୍ରସ୍ତରର ୧୪ ମାସ ବିତିଯାଇଥିଲେ ସୁଦ୍ଧା କାର୍ଯ୍ୟ ଅଗ୍ରଗତି ହେଉ ନ ଥିବା ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri