ଭଗ୍ନ ଅବସ୍ଥାରେ ପରିବା ମାର୍କେଟ

ଛତ୍ରପୁର,୨୬ା୧୦(ଦିଲୀପ ସାମଲ)ଛତ୍ରପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ବହୁ ପୁରାତନ ମାର୍କେଟଟି ଦୀର୍ଘଦିନ ଧରି ଭଗ୍ନ ଅବସ୍ଥାରେ ପଡିରହିଛି। ଫଳରେ ପରିବା ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟବସାୟୀମାନେ ଏ ନେଇ ବାରମ୍ବାର ଅଭିଯୋଗ କରୁଥିଲେ ସୁଦ୍ଧା ସୁଫଳ ମିଳୁନାହିଁ। ଅନ୍ୟପକ୍ଷରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ଛତ୍ରପୁରର ବ୍ୟବସାୟୀମାନେ ସୁବିଧାରେ ଯେଭଳି ଗୋଟିଏ ଜାଗାରେ ବସି ସୁବିଧାରେ ବ୍ୟବସାୟ କରିପାରିବେ ସେଥିଲାଗି ପ୍ରାୟ ୫୦ବର୍ଷ ତଳେ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ପରିବା ମାର୍କେଟ କରାଯାଇଥିଲା। ସେଠାରେ ପ୍ରାୟ ୩୦ଟି ଘର ନିର୍ମାଣ କରାଯାଇ ବ୍ୟବସାୟୀମାନଙ୍କୁ ହସ୍ତାନ୍ତର କରାଗଲା। ୧୯୯୯ ମହାବାତ୍ୟାରେ ଘରଗୁଡିକ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା। ମାତ୍ର ୪ରୁ ୫ଟି ଘର ବ୍ୟବହାର ଉପଯାଗୀ ଥିବା ବେଳେ ବଳକା ଘର ଗୁଡିକ ମରାମତି କରିବା ପାଇଁ ବ୍ୟବସାୟୀମାନେ ଏନଏସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବ୍ୟବସାୟୀମାନେ ରାସ୍ତା କଡରେ ବସି ବ୍ୟବସାୟ ଆରମ୍ଭ କରିଦେଇଥିଲେ। ଏହାଦ୍ୱାରା ଟ୍ରାଫିକ ଓ ପରିମଳ ସମସ୍ୟା ଦେଖାଗଲା। ପରିବା ବ୍ୟବସାୟୀମାନେ ରାସ୍ତାରେ ବସୁଥିବା ବେଳେ ଖରା, ବର୍ଷାରେ ବସୁଛନ୍ତି। ସେପଟେ ଟ୍ରାଫିକ୍‌ ଜାମରୁ ବିଦ୍ୟାଳୟ ଛାତ୍ରୀମାନେ ଯାତାୟତ ବେଳେ ଅସୁବିଧା ଭୋଗୁଛନ୍ତି। ତେଣୁ ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବା ଜରୁରୀ ହୋଇପଡିଛି । ଭଗ୍ନ ଅବସ୍ଥାରେ ଥିବା ଘରଗୁଡିକ ନିର୍ମାଣ କରାଗଲେ ବ୍ୟବସାୟୀମାନେ ସୁବିଧାରେ ବସି ବ୍ୟବସାୟ କରିପାରିବେ ବୋଲି କହିଛନ୍ତି। ଅନ୍ୟପଟେ ମାର୍କେଟ କମ୍ପ୍ଲେକ୍ସକୁ ନୂତନ ଭାବେ ନିର୍ମାଣ କରିବା ପାଇଁ ଯୋଜନା କରାଯାଇଛି। ପ୍ରାୟ ଏକ କୋଟି ବ୍ୟାୟରେ ମାଛ ଓ ପନିପରିବା ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିଲାଗି ଡିପିଆର ପ୍ରସ୍ତୁତ ହୋଇଯାଇଥିବା ସୂଚନା ମିଳିଛି। ଭିତ୍ତିପ୍ରସ୍ତରର ୧୪ ମାସ ବିତିଯାଇଥିଲେ ସୁଦ୍ଧା କାର୍ଯ୍ୟ ଅଗ୍ରଗତି ହେଉ ନ ଥିବା ଅଞ୍ଚଳବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri