ବଜାରରେ ପରିବା ଦର ଆକାଶଛୁଆଁ

ବୁଗୁଡ଼ା,୧୩।୧୦(ଡି.ଏନ୍‌.ଏ.): ବୁଗୁଡ଼ା ସହରରେ ପରିବା ଦର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଏହା ସିଧାସଳଖ ଲୋକଙ୍କ ପକେଟକୁ ମାଡ଼ କରିଛି। ତେବେ ଦର ନିୟନ୍ତ୍ରଣ ପ୍ରତି କୌଣସି ପ୍ରଶାସନିକ ଲଗାମ ନ ଥିବାରୁ ଅସାଧୁ ବ୍ୟବସାୟୀ ସକ୍ରିୟ ହୋଇ ମନଇଚ୍ଛା ଚଢ଼ାଦରରେ ପରିବା ବିକ୍ରି କରୁଛନ୍ତି। କାର୍ତ୍ତିକ ମାସ ଚାଲିଥିବାରୁ ହବିଷ୍ୟାଳି ତଥା ନିରାମିଷାସୀ ଲୋକ ପନିପରିବା ଉପରେ ନିର୍ଭର କରୁଛନ୍ତି। ଏପରି ସ୍ଥଳେ ପରିବା ଦର ବୃଦ୍ଧିକୁ ନେଇ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସାଧାରଣତଃ କାର୍ତ୍ତିକ ମାସରେ ପରିବା ଦର ସାମାନ୍ୟ ବୃଦ୍ଧି ପାଇଥାଏ। କିନ୍ତୁ ଚଳିତ ବର୍ଷ କାର୍ତ୍ତିକ ପୂର୍ବରୁ ଅଧିକାଂଶ ପରିବା ଦର ବୃଦ୍ଧି ପାଇଛି। କିଲୋ ପ୍ରତି ସଜନା ଛୁଇଁ ଓ ଫୁଲକୋବି ୮୦ ଟଙ୍କା ରହିଥିବା ବେଳେ ଭେଣ୍ଡି, ଦେଶୀ ଆଳୁ ଓ ସାରୁ ୬୦ ଟଙ୍କା ରହିଛି। ବାଇଗଣ, କଦଳୀ ଓ ଟମାଟୋ ୫୦ ଟଙ୍କା ଥିବା ବେଳେ କାକୁଡି, ପୋଟଳ, ବନ୍ଧାକୋବି ଓ କନ୍ଦମୂଳ ୪୦ ଟଙ୍କାରେ ବିକ୍ରି ହେଉଛି। ଏପରିକି ଅମୃତ ଭଣ୍ଡା, ଆଳୁ, କଖାରୁ, ଜହ୍ନି, ପିଆଜ ଓ କୁନ୍ଦୁରି ୩୦ ଟଙ୍କା ରହିଛି। ପରିବା ଦରକୁ ନେଇ ଗରିବ ଶ୍ରେଣୀର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପକ୍ଷେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ପରିବା ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହା ମଧ୍ୟ ବୃଦ୍ଧିର ଅନ୍ୟତମ କାରଣ ବୋଲି କୁହାଯାଉଛି। ଅନ୍ୟପକ୍ଷେ ଲୋକଙ୍କ ଆବଶ୍ୟକତାକୁ ଭିତ୍ତି କରି ଘଡିକେ ଘଡି ପରିବା ଦର ବଦଳି ଆକାଶଛୁଆଁ ହେଉଛି। ତେବେ ଏଥିପ୍ରତି ପ୍ରଶାସନିକ ସଜାଗ ହୋଇ ଦର ଉପରେ ଲଗାମ ଲଗାଇପାରିଲେ ଜନସାଧାରଣ ଉପକୃତ ହେବେ ବୋଲି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?