ବଢୁଛି ପରିବା ଦର, ଚିନ୍ତାରେ ଖାଉଟି

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବଜାରରେ ପରିବା ଦର ବଢିଚାଲିଛି। ଆଳୁ, ପିଆଜକୁ ଛାଡି ଦେଲେ ଅନ୍ୟ ପରିବା ଦର ୫୦ଟଙ୍କା ତଳକୁ ନାହିଁ। ଫଳରେ ଗ୍ରାହକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟମାଟୋ ଦର ଶହେ ତଳକୁ ଖସୁନି। କେଉଁଠି ୧୦୦ ଟଙ୍କା ତ ଆଉ କେଉଁଠି ୧୨୦ଟଙ୍କାରେ ବିକ୍ରି ହେଉଛି। ଫଳରେ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳରୁ ଯେପରି ଟମାଟ ଉଭାନ ହୋଇଯାଇଛି। କାକୁଡି ୬୦ରୁ ୮୦ ଟଙ୍କା, ଜହ୍ନି ୬୦, କଳରା ୮୦ରୁ ୧୦୦, ଝୁଡଙ୍ଗ ୧୦୦, ବିନ୍‌ ୬୦ରୁ ୮୦, କୁନ୍ଦୁରି ୬୦, କଞ୍ଚା କଦଳୀ ଗୋଟାକୁ ୧୫ରୁ ୨୦ ଟଙ୍କା ରହିଛି। ଏପରିକି ପୋଦିନା ପତ୍ର ବିଡା ୨୦ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଞ୍ଚା ଲଙ୍କା ଦର ମଧ୍ୟ ଅଧିକା ରହିଛି। ଏନେଇ ଗୁରୁଜଙ୍ଗର ପ୍ରଭାତ ବଳିଆରସିଂ କୁହନ୍ତି, ୨ଶହ ଟଙ୍କାର ପରିବା କିଣିଲେ ମଧ୍ୟ ବ୍ୟାଗ ଭର୍ତ୍ତି ହେଉନାହିଁ। ସେହିପର ବାଘମାରୀ ଅଞ୍ଚଳର ଅଶୋକ ପ୍ରଧାନ କୁହନ୍ତି, ଆମେ ହେଲୁ ଖଟିଖିଆ ମଣିଷ। ଦିନସାରା ଖଟିଲେ, ୨ରୁ ୩ଶହ ଟଙ୍କା ରୋଜଗାର ହୋଇଥାଏ। ତେବେ ପରିବା ଦରକୁ ଦେଖିଲେ ଭୟ ଲାଗୁଛି। ଶହେ ଟଙ୍କାର ପରିବା କିଣିଲେ ମଧ୍ୟ ଆଖିକୁ ଦେଖାଯାଉନାହିଁ। ଅନ୍ୟପକ୍ଷରେ ଏନେଇ ପରିବା ବ୍ୟବସାୟୀ ଦୁର୍ଯ୍ୟୋଧନ ସାହୁ କୁହନ୍ତି, ମୌସୁମୀ ବର୍ଷା ଯୋଗୁ ପରିବା ଆସିପାରୁନାହିଁ। ଫଳରେ ଦର ଉଚ୍ଚା ରହିଛି। ଆଗକୁ ଦର ସ୍ବାଭାବିକ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri