ପରିବା ବିକୁଛନ୍ତି ପାଲାଗାୟକ

ଖୋର୍ଦ୍ଧା ଅଫିସ,୧୧।୮: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗଁପୁର ଗ୍ରାମର ପ୍ରସିଦ୍ଧ ପାଲା ଗାୟକ ଗଗନ ବିହାରୀ ମହାପାତ୍ର। ସୂଚନା ମୁତାବକ, ଓଡ଼ିଶାର ପ୍ରସିଦ୍ଧ ପାଲା ଗାୟକଭାବେ ଗଗନଙ୍କ ନଁା ରହିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାରପ୍ରସାର ତଥା ଭାଷା ସାହିତ୍ୟ ସଂସ୍କୃତିକୁ ଗାନ କରି ଲୋକଙ୍କୁ ସେ ବିମୁଗ୍ଧ କରିଥାନ୍ତି। ଭୁବନେଶ୍ୱର, କଟକ, ସମେତ ବିଭିନ୍ନ ଜିଲାରେ ନିଜ କଳା ପ୍ରଦର୍ଶନ କରି ଅନେକ ସମ୍ମାନର ଅଧିକାରୀ ହୋଇଛନ୍ତି। କରୋନା ଯୋଗୁ ମାର୍ଚ୍ଚ ୨୨ରୁ ତାଙ୍କ ପାଖରେ କୌଣସି କାମ ନାହିଁ। ଫଳରେ ପରିବାର ଚଳାଇବା କଷ୍ଟକର ହୋଇପଡିଲା। ଘରେ ବସିବା ଅପେକ୍ଷା ବେପାର କରି ଘର ଚଳାଇବା ପାଇଁ ଗଗନ ମନସ୍ଥ କଲେ। ଏହା ପରେ ସେ ରାସ୍ତା ପାର୍ଶ୍ୱରେ ଆଳୁ, ପିଆଜ, ପରିବା ବିକ୍ରି କରିଥିଲେ। ଅଧିକ ରୋଜଗାର ନ ଥିଲେ ମଧ୍ୟ ଆତ୍ମସନ୍ତୋଷ ମିଳୁଛି ବୋଲି ଗଗନ କହିଛନ୍ତି।
ଏ ସମ୍ପର୍କରେ ଐତିହ୍ୟ ବିଷାରଦ ଡ.ସୁରେନ୍ଦ୍ର ମିଶ୍ର କହିଛନ୍ତି, ପାଲା ହେଉଛି ଓଡ଼ିଆ ଜାତିର ଅସ୍ମିତା। ଓଡ଼ିଶାର କଳା, ସଂସ୍କୃତି, ପରମ୍ପରାର ଝଲକ ଦେଖିବାକୁ ମିଳେ। ଏହାକୁ ଉଜ୍ଜୀବିତ କରିବା ଲାଗି ସରକାରୀ ସ୍ତରରେ ଉଦ୍ୟମ ହେବା ଦରକାର। ବୁଦ୍ଧିଜୀବୀ ନବ କିଶୋର ଖୁଣ୍ଟିଆ କହିଛନ୍ତି, ଗଗନ ଜଣେ ଉଚ୍ଚକୋଟୀର ପାଲା ଗାୟକ। ସରପଞ୍ଚ ସରୋଜିନୀ ଖଣ୍ଟିଆ କହିଛନ୍ତି, କଳା ଓ ସଂସ୍କୃତି ଆମ ପରିଚୟ। ଗଗନ ଜଣେ ପ୍ରସିଦ୍ଧ ପାଲା ଗାୟକ। ଲକ୍‌ଡାଉନ ସମୟରେ ସେ ଘରେ ବସି ରହିବା ଅପେକ୍ଷା ଆଳୁ, ପିଆଜ ବିକ୍ରି କରି ପରିବାର ପୋଷଣ କରୁଛନ୍ତି। ସରକାର କଳାକାରଙ୍କ ଜୀବନ ଜୀବିକା ପ୍ରତି ଗୁରୁତ୍ୱ ଦେବା ଜରୁରୀ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri