ଆଜ୍‌ମା ରୋଗୀଙ୍କ ପାଇଁ ଉପକାରୀ ଶାଗ

ସ୍ବାସ୍ଥ୍ୟ ପାଇଁ ଶାଗ କେତେ ଉପକାରୀ ତାହା ଅନେକ ଜାଣନ୍ତି। ଏଥିରେ କ୍ୟାଲ୍‌ସିୟମ୍‌, ଆଇରନ୍‌ ବ୍ୟତୀତ ଭିଟାମିନ୍‌-ଏ, ସି ଏବଂ ଇ ଆଦି ଭରି ରହିଛି। ଯଦି ଜଣେ ବ୍ୟକ୍ତି ନିୟମିତ ଶାଗ ଖାଆନ୍ତି, ତେବେ ତାଙ୍କର ଓଜନ କେତେକାଂଶରେ ନିୟନ୍ତ୍ରଣରେ ରହିଥାଏ ବୋଲି ଏକ ସର୍ଭେରୁ ଜଣାପଡିଛି। ‘ଶାଗ ଏବଂ ଓଜନ ନିୟନ୍ତ୍ରଣ’ ବିଷୟରେ ଉପରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଗବେଷଣା କରି ଏକଥା ଜାଣିପାରିଛନ୍ତି। କେବଳ ସେତିକି ନୁହେଁ, ଶାଗରେ ଥିବା ଭିଟାମିନ୍‌-ଏ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହୋଇଥାଏ। ତା’ସହ ଦୃଷ୍ଟି ଶକ୍ତି ପାଇଁ ଏହା ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ସଜନା ଶାଗ ରକ୍ତରେ ଗ୍ଲୁକୋଜ୍‌ ଏବଂ ପରିସ୍ରାରେ ଶର୍କରା ଏବଂ ପ୍ରୋଟିନ୍‌ର ପରିମାଣକୁ ସନ୍ତୁଳିତ ରଖେ। ଏହା ଲିଭର୍‌ ସେଲ୍‌କୁ ମଧ୍ୟ ସୁରକ୍ଷା ଦେଇଥାଏ। ଏଥିରେ ଫସ୍‌ଫରସ୍‌ ଓ କ୍ୟାଲ୍‌ସିୟମ୍‌ ଅଧିକ ପରିମାଣରେ ଥିବାରୁ ଅସ୍ଥିକୁ ମଜଭୁତ୍‌ ରଖିବାରେ ସାହାଯ୍ୟ କରେ। ଆଣ୍ଠୁଗଣ୍ଠି ବାତ ଆଶଙ୍କାକୁ ଏହା ମଧ୍ୟ କେତେକାଂଶରେ ଦୂର କରିଥାଏ। ଯହେତୁ ଏଥିରେ ଆଣ୍ଟି-ଅକ୍ସିଡ଼ାଣ୍ଟ ଗୁଣ ରହିଛି, ତେଣୁ ଏହା କେଶମୂଳକୁ ଦୃଢ଼ ରଖିବା ସହ ତ୍ୱଚାକୁ ଔଜ୍ଜ୍ୱଲ୍ୟତା ପ୍ରଦାନ କରେ। ଭିଟାମିନ୍‌ସ ଓ ମିନେରାଲ୍ସ ଏଥିରେ ଥିବାରୁ ଏହା ଖାଦ୍ୟ ହଜମ ହେବାରେ ମଧ୍ୟ ସାହାଯ୍ୟ କରିଥାଏ। ଆଜ୍‌ମା ରୋଗୀଙ୍କ ପାଇଁ ଏହା ମଧ୍ୟ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri