ସେପ୍ଟେମ୍ବରରୁ ଶସ୍ତା ହେବ ପନିପରିବା: ଆରବିଆଇ ଗଭର୍ନର…

ନୂଆଦିଲ୍ଲୀ,୨୪।୮ : ଜୁଲାଇରୁ ଆରମ୍ଭ ହୋଇଥିବା ପନିପରିବା ମହଙ୍ଗା ଏବେ ମଧ୍ୟ ଜାରି ରହିଛି। ପନିପରିବା ଦର ମଧ୍ୟବିତ୍ତ ଲୋକଙ୍କୁ ଅଧିକ ପ୍ରଭାବିତ କରିଛି। ତେବେ ପନିପରିବା ଦର ବୃଦ୍ଧି ନେଇ ଆରବିଆଇ ଗଭର୍ନର ଶଶିକାନ୍ତ ଦାସଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ ଆସିଛି। ଚିନ୍ତା ପ୍ରକଟ କରି ସେ କହିଛନ୍ତି। ସେପ୍ଟେମ୍ବରରୁ ପନିପରିବା ଦର ମୂଳ ଦାମକୁ ଫେରିବ। ଟମାଟୋର ମୂଲ୍ୟ ମଧ୍ୟ କେଜି ପିଛା ୨୦୦ରୁ ହ୍ରାସ ପାଇ ୫୦ ଟଙ୍କାରେ ପହଞ୍ଚିଛି। ସେପ୍ଟେମ୍ବରରେ ଏହାର ମୂଲ୍ୟ ଆହୁରି ହ୍ରାସ ପାଇବ ବୋଲି ଆଶା କରାଯାଉଛି।

ଆରବିଆଇ ଗଭର୍ନର ଶଶିକାନ୍ତ ଦାସଙ୍କ ଅନୁଯାୟୀ କେବଳ ଟମାଟୋ ନୁହେଁ, ଅନ୍ୟ ପନିପରିବାର ମୂଲ୍ୟ ମଧ୍ୟ ସେପ୍ଟେମ୍ବରରୁ ହ୍ରାସ ପାଇବ। କାରଣ ଅଗଷ୍ଟ ମାସର ଶେଷ ସପ୍ତାହରେ ମୂଲ୍ୟରେ ହ୍ରାସ ଘଟିବ। ସେ କହିଛନ୍ତି ସେପ୍ଟେମ୍ବରରୁ ପନିପରିବାର ମୁଦ୍ରାସ୍ଫୀତି ହାର ଯଥେଷ୍ଟ ହ୍ରାସ ପାଇବ ବୋଲି ଆକଳନ କରାଯାଇଛି। ପନିପରିବା ଏବଂ ଶସ୍ୟର ମୂଲ୍ୟ ବୃଦ୍ଧି ହେତୁ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୭.୪୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ତିନିମାସ ଧରି ୬ ପ୍ରତିଶତର ଉପର ସୀମା ତଳେ ରହିବା ପରେ ଏଥିରେ ପୁଣି ବୃଦ୍ଧି ଘଟିଛି । ଏହି ବୃଦ୍ଧି ହେବାର ମୁଖ୍ୟ କାରଣ ହେଲା ଟମାଟୋ ଏବଂ ଅନ୍ୟାନ୍ୟ ପନିପରିବା ମୂଲ୍ୟରେ ବୃଦ୍ଧି ।

ପନିପରିବା ଏବଂ ଶସ୍ୟ ଯୋଗାଣ ନିଶ୍ଚିତ କରିବାକୁ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛନ୍ତି। ଏହାର ଫଳାଫଳ ହେଉଛି ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଚାହିଦା ଅନୁଯାୟୀ, ବେପାରିମାନେ ମଣ୍ଡିରେ ପହଞ୍ଚିବା ଆରମ୍ଭ କରିବେ। ଫଳରେ ମୂଲ୍ୟ ତଳକୁ ଖସିବାରେ ଲାଗିବ। ଦାଶ କହିଛନ୍ତି ମୁଦ୍ରାସ୍ଫୀତ ୪ ପ୍ରତିଶତ ରଖିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ପ୍ରତିବଦ୍ଧ। ସୂଚନାଯୋଗ୍ୟ, ଗତ ତିନୋଟି ମୁଦ୍ରା ନୀତି ସମୀକ୍ଷାରେ ଆରବିଆଇ ପ୍ରମୁଖ ନୀତି ସୁଧ ହାରକୁ ଅପରିବର୍ତ୍ତିତ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri