ପୁରୀରେ ନିରାମିଷ କାଫେଟେରିଆ

ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା ଦିବସ ଅବସରରେ ଏହି ନିରାମିଷ କାଫେଟେରିଆକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି। ସମୁଦ୍ର ବେଳାଭୂମି ବୁଲି ଆସୁଥିବା ଲୋକମାନେ ଏହି କାଫେଟେରିଆରେ ସୁବିଧା ପାଇପାରିବେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ଏହି କାଫେଟେରିଆକୁ ମିଶାଇଲେ ଶ୍ରୀଜଗନ୍ନାଥ ଧାମ ପୁରୀ ସହରରେ ଓଟିଡିସି ନିଜର ଚତୁର୍ଥ ୟୁନିଟ୍‌ ଖୋଲିବାରେ ସକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ପୁରୀ ସହରରେ ସୌନ୍ଦର୍ଯ୍ୟକରଣର ନୂଆ ଯୁଗ ଆରମ୍ଭ ହୋଇଛି ତଥା ସ୍ବର୍ଗଦ୍ୱାରର ପୁନଃନିର୍ମାଣ କାର୍ଯ୍ୟ ସମ୍ପାଦିତ ହୋଇସାରିଛି। ସ୍ବର୍ଗଦ୍ୱାର ନିକଟରେ କାଫେଟେରିଆ ଖୋଲିବା ପାଇଁ ଜମି ଯୋଗାଇ ଦେଇଥିବାରୁ ପୁରୀ ଜିଲା ପ୍ରଶାସନକୁ ସେ ସାଧୁବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ସମୟୋପଯୋଗୀ ପଦକ୍ଷେପ ଯୋଗୁ ଓଡ଼ିଶାକୁ ଶ୍ରେଷ୍ଠ ତୀର୍ଥଯାତ୍ରୀ ରାଜ୍ୟ ଭାବେ ସଫାରୀ ଇଣ୍ଡିଆ ସାଉଥ୍‌ ଏସିଆ ଟ୍ରାଭେଲ ଆୱାର୍ଡସ ୨୦୨୨ ପୁରସ୍କାର ମିଳିପାରିଛି ବୋଲି ମିଶ୍ର କହିଥିଲେ। ସେହିପରି ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି କହିଛନ୍ତି, କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ପର୍ଯ୍ୟଟନ ଶିଳ୍ପ ଅଧିକ ପ୍ରଭାବିତ ହୋଇଥିଲେ ସୁଦ୍ଧା ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ଉପରେ ରାଜ୍ୟ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି ।
ସ୍ବର୍ଗଦ୍ୱାର ପାଖରେ ଏହି ନୂଆ କାଫେଟେରିଆ ଲୋକଙ୍କ ଆବଶ୍ୟକତାକୁ ପୂରଣ ଦିଗରେ ସହାୟକ ହେବ। ଏହି ଅବସରରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଦୁର୍ଗାପ୍ରସାଦ ମହାପାତ୍ର ଓ ରୀନା ମହାପାତ୍ର, ଯୁଗ୍ମ ସଚିବ ପୂଜା ମିଶ୍ର ଓ ଏଲୋରା ଜେନା, ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଉପଜିଲାପାଳ ଭବତାରଣ ସାହୁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ପର୍ଯ୍ୟଟନ ଅଧିକାରୀ ସରୋଜ କାନ୍ତ ପ୍ରଧାନ ଓ ସ୍ବର୍ଗଦ୍ୱାର ଦାୟିତ୍ୱରେ ଥିବା ଅଧିକାରୀ ସିଦ୍ଧାର୍ଥ ରାୟଙ୍କ ସମେତ ଓଟିଡିସି କମ୍ପାନୀ ସେକ୍ରେଟାରୀ ପ୍ରଶାନ୍ତ ପଣ୍ଡା, ଡିଭିଜନାଲ ମ୍ୟାନେଜର ପ୍ରଣବ ଚାନ୍ଦ, ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ଶଶାଙ୍କ ଶେଖର ଦାଶ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ରଙ୍କ ସମେତ ଓଟିଡିସିର ଅନ୍ୟ ପଦାଧିକାରୀ, ପୁରୀ ପାନ୍ଥନିବାସର ମ୍ୟାନେଜର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri