ପୁରୀରେ ନିରାମିଷ କାଫେଟେରିଆ

ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା ଦିବସ ଅବସରରେ ଏହି ନିରାମିଷ କାଫେଟେରିଆକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି। ସମୁଦ୍ର ବେଳାଭୂମି ବୁଲି ଆସୁଥିବା ଲୋକମାନେ ଏହି କାଫେଟେରିଆରେ ସୁବିଧା ପାଇପାରିବେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ଏହି କାଫେଟେରିଆକୁ ମିଶାଇଲେ ଶ୍ରୀଜଗନ୍ନାଥ ଧାମ ପୁରୀ ସହରରେ ଓଟିଡିସି ନିଜର ଚତୁର୍ଥ ୟୁନିଟ୍‌ ଖୋଲିବାରେ ସକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ପୁରୀ ସହରରେ ସୌନ୍ଦର୍ଯ୍ୟକରଣର ନୂଆ ଯୁଗ ଆରମ୍ଭ ହୋଇଛି ତଥା ସ୍ବର୍ଗଦ୍ୱାରର ପୁନଃନିର୍ମାଣ କାର୍ଯ୍ୟ ସମ୍ପାଦିତ ହୋଇସାରିଛି। ସ୍ବର୍ଗଦ୍ୱାର ନିକଟରେ କାଫେଟେରିଆ ଖୋଲିବା ପାଇଁ ଜମି ଯୋଗାଇ ଦେଇଥିବାରୁ ପୁରୀ ଜିଲା ପ୍ରଶାସନକୁ ସେ ସାଧୁବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ସମୟୋପଯୋଗୀ ପଦକ୍ଷେପ ଯୋଗୁ ଓଡ଼ିଶାକୁ ଶ୍ରେଷ୍ଠ ତୀର୍ଥଯାତ୍ରୀ ରାଜ୍ୟ ଭାବେ ସଫାରୀ ଇଣ୍ଡିଆ ସାଉଥ୍‌ ଏସିଆ ଟ୍ରାଭେଲ ଆୱାର୍ଡସ ୨୦୨୨ ପୁରସ୍କାର ମିଳିପାରିଛି ବୋଲି ମିଶ୍ର କହିଥିଲେ। ସେହିପରି ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି କହିଛନ୍ତି, କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ପର୍ଯ୍ୟଟନ ଶିଳ୍ପ ଅଧିକ ପ୍ରଭାବିତ ହୋଇଥିଲେ ସୁଦ୍ଧା ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ଉପରେ ରାଜ୍ୟ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି ।
ସ୍ବର୍ଗଦ୍ୱାର ପାଖରେ ଏହି ନୂଆ କାଫେଟେରିଆ ଲୋକଙ୍କ ଆବଶ୍ୟକତାକୁ ପୂରଣ ଦିଗରେ ସହାୟକ ହେବ। ଏହି ଅବସରରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଦୁର୍ଗାପ୍ରସାଦ ମହାପାତ୍ର ଓ ରୀନା ମହାପାତ୍ର, ଯୁଗ୍ମ ସଚିବ ପୂଜା ମିଶ୍ର ଓ ଏଲୋରା ଜେନା, ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଉପଜିଲାପାଳ ଭବତାରଣ ସାହୁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ପର୍ଯ୍ୟଟନ ଅଧିକାରୀ ସରୋଜ କାନ୍ତ ପ୍ରଧାନ ଓ ସ୍ବର୍ଗଦ୍ୱାର ଦାୟିତ୍ୱରେ ଥିବା ଅଧିକାରୀ ସିଦ୍ଧାର୍ଥ ରାୟଙ୍କ ସମେତ ଓଟିଡିସି କମ୍ପାନୀ ସେକ୍ରେଟାରୀ ପ୍ରଶାନ୍ତ ପଣ୍ଡା, ଡିଭିଜନାଲ ମ୍ୟାନେଜର ପ୍ରଣବ ଚାନ୍ଦ, ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ଶଶାଙ୍କ ଶେଖର ଦାଶ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ରଙ୍କ ସମେତ ଓଟିଡିସିର ଅନ୍ୟ ପଦାଧିକାରୀ, ପୁରୀ ପାନ୍ଥନିବାସର ମ୍ୟାନେଜର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri