ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ ନ ମାନିଲେ ତଣ୍ଡ ଗଣିବାକୁ ପଡ଼ିବ। ହେଲମେଟ୍‌, ସିଟ୍‌ ବେଲ୍ଟ ଓ ପରିବହନ ଆଇନକୁ କଡ଼ାକଡ଼ି ଲାଗୁ କରାଯିବ ବୋଲି ରବିବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ଦ୍ରୁତ ବେଗରେ ଗାଡ଼ି ଚଲାଇଲେ, ମଦ୍ୟ ପାନ କରି ଗାଡ଼ି ଚାଳନା କଲେ, ଗାଡ଼ି ଚଲାଇବାବେଳେ ମୋବାଇଲରେ କଥା ହେଉଥିଲେ, ଦୁଇ ଚକିଆ ଯାନରେ ବିନା ହେଲ୍‌ମେଟ୍‌ରେ ଯାଉଥିଲେ, ଟ୍ରାଫିକ୍‌ରେ ରେଡ୍‌ ଲାଇଟ୍‌ ଅତିକ୍ରମ କଲେ, ମାଲ୍‌ବାହୀ ଗାଡ଼ିରେ ଯାତ୍ରୀ ବୁହା ହେଲେ ତିନି ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଟୁଇଟ୍‌ କରି ସୂଚନା ଦେଇଥିବାବେଳେ ମନ୍ତ୍ରୀ କହିଛନ୍ତି ଯେ, ନୂଆବର୍ଷରୁ ନୂଆ ନିୟମ ଲାଗୁ ହେବ। ବର୍ତ୍ତମାନ ଯାଞ୍ଚ ସହ ଲୋକଙ୍କୁ ସଚେତନ କରାଯାଉଛି। ୨୦୧୯ରୁ କେନ୍ଦ୍ର ସରକାର ଏହି ଆଇନ ଆଣିଛନ୍ତି। କରୋନା ପାଇଁ ଏହାକୁ କୋହଳ କରାଯାଇଥିଲା। ମାତ୍ର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଦୁର୍ଘଟଣା ସହ ଏଥିଜନିତ ମୃତ୍ୟୁ ବଢ଼ୁଛି। ଏହାକୁ ହ୍ରାସ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସମୟରେ ନୂଆ ନୂଆ ଆଇନ ଲାଗୁ କରୁଛନ୍ତି। ସଡ଼କ ସୁରକ୍ଷାକୁ ନେଇ ସଚେତନତା କାର୍ଯ୍ୟକ୍ରମମାନ କରାଯାଉଥିଲେ ମଧ୍ୟ ଅମାନିଆଙ୍କ ପାଇଁ ସେତେଟା ସୁଫଳ ମିଳୁନି। ତେଣୁ ଅମାନିଆଙ୍କୁ ସାବାଡ଼ କରିବା ପାଇଁ ପରିବହନ ବିଭାଗ ଏଣିକି କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛି। ଦୁଇଚକିଆ ଯାନ ଚଳାଉଥିବା ଓ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ୍‌ ବାଧ୍ୟତାମୂଳକ କରାଯାଇଛି। ଶନିବାର ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଥିବାବେଳେ ଏହାସହ ସମସ୍ତ ନିୟମକୁ ଜାନୁୟାରୀରୁ କଡ଼ାକଡ଼ି ଲାଗୁ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri