ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ବେଳେ ଅନ୍ୟ ଦୁଇଜଣ ଅଦାଲତରେ ଆତ୍ମସମର୍ପଣ କରିଛନ୍ତି। ଅଦାଲତରେ ସମସ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ତିନିଜଣଙ୍କୁ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ଆଜି ଘସିପୁରା ଥାନା ପୁଲିସ ମୁଖ୍ୟ ଅଭିଯୁକ୍ତ ଦୀପକ ବଳ ଓରଫ କଟରା (୨୬)ଙ୍କୁ ଗିରଫ କରି ଅଦାଲତରେ ହାଜର କରିଥିଲା। ଅପରପକ୍ଷରେ, ଅନ୍ୟ ଦୁଇ ଅଭିଯୁକ୍ତ ପାପୁ ବଳ ଓରଫ ପ୍ରକାଶ ଏବଂ ବୁଲୁ ବଳ ଓରଫ ପ୍ରଶାନ୍ତ ଅଦାଲତରେ ଆତ୍ମସମର୍ପଣ କରିଥିଲେ। ଜାମିନ ଆବେଦନ ଖାରଜ ହେବା ପରେ ତିନିଜଣଙ୍କୁ ବିଚାରପତି ଜେଲ୍‌କୁ ପଠାଇଛନ୍ତି।

ଅଭିଯୋଗକାରିଣୀ ତିନାରାଣୀ ପାତ୍ରଙ୍କ ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୩୧ ତାରିଖରେ ଅଭିଯୁକ୍ତମାନେ ଆହତ ବିଟାନ ଦାସ (ଓରଫ ବିଶ୍ୱଜିତ) ଏବଂ ପିନୁ ଦାସ (ଓରଫ ସନ୍ତୋଷ)ଙ୍କ ଗାଡ଼ିକୁ ଅଟକାଇ ସେମାନଙ୍କୁ ସଂଘବଦ୍ଧ ଭାବେ ମାଡ଼ ମାରିଥିଲେ। ଏନେଇ ଘସିପୁରା ଥାନାରେ କେସ୍ ନଂ-୫୧ (ତା ୩୧.୦୧.୨୦୨୫) ଅନୁସାରେ ବିଏନ୍‌ଏସ୍‌ (BNS)ର ବିଭିନ୍ନ ଧାରାରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିଲା।

ସୂଚନାଯୋଗ୍ୟ, ଏହି ମାମଲାରେ ପୂର୍ବରୁ ପୁଲିସ ସୁଶାନ୍ତ ବଳ (ଓରଫ ତୁଲିଆ)ଙ୍କୁ ଗିରଫ କରି ଜେଲ୍ ପଠାଇସାରିଥିବା ବେଳେ ଟିକି (ଓରଫ ପାର୍ବତୀ ବଳ) ଅଦାଲତରେ ଆତ୍ମସମର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?