Posted inଜାତୀୟ

ପରିବହନ ଯାନରେ ଲାଗିବ ଟ୍ରାକିଂ ଡିଭାଇସ୍‌

ଭୁବନେଶ୍ୱର,୮ା୯(ଅନିଲ ଦାସ):ଗାଡ଼ିଗୁଡ଼ିକ ଉପରେ ନଜର ରଖିବା ସହ ମହିଳା ଓ ଶିଶୁ ଯାତ୍ରୀମାନଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ସମସ୍ତ ସାର୍ବଜନୀନ ପରିବହନ ସେବା ଯୋଗାଉଥିବା ଯାନବାହନଗୁଡ଼ିକରେ ଲୋକେଶନ ଟ୍ରାକିଂ ଓ ସେଫ୍ଟି ଡିଭାଇସ୍‌ ଲଗାଯିବ। ଏହି ଡିଭାଇସ୍‌ ନ ଥିଲେ ଆସନ୍ତା ଅକ୍ଟୋବର ପହିଲାରୁ କୌଣସି ନୂଆ ଗାଡ଼ି ପଞ୍ଜୀକରଣ କରାଯିବ ନାହିଁ। ସେହିପରି ୨୦୨୩ ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଯେଉଁ ଗାଡ଼ିଗୁଡ଼ିକ ପଞ୍ଜୀକରଣ ହୋଇଛି ସମ୍ପୃକ୍ତ ଗାଡ଼ିର ମାଲିକମାନେ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ନିଜ ଗାଡ଼ିରେ ଏହି ଡିଭାଇସ୍‌ ଲଗାଇବାକୁ ରାଜ୍ୟ ପରିବହନ କମିଶନର କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପରିବହନ ସେବା ଯୋଗାଉଥିବା ଯାନରେ ଭେହିକିଲ ଲୋକେଶନ ଟ୍ରାକିଂ ଡିଭାଇସ୍‌(ଭିଏଲ୍‌ଟିଡି) ଓ ପାନିକ୍‌ ବଟନ୍‌ ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଦୁଇଚକିଆ, ତିନିଚକିଆ ଓ ରିକ୍ସାକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଗାଡ଼ି ଯଥା ବସ୍‌ , ଶିକ୍ଷାନୁଷ୍ଠାନ ବସ୍‌, ଆମ୍ବୁଲାନ୍ସ, ସବୁପ୍ରକାର କ୍ୟାବ୍‌, ଓମିନି ବସ୍‌, ମୋଟର କ୍ୟାବ୍‌, ପ୍ରାଇଭେଟ୍‌ ସର୍ଭିସ ଗାଡ଼ି ଓ ନ୍ୟାଶନାଲ ପର୍‌ମିଟ୍‌ ଥିବା ମାଲବାହୀ ଗାଡ଼ିଗୁଡ଼ିକରେ ଏହି ଡିଭାଇସ୍‌ ଲାଗିବ।
ଅକ୍ଟୋବର ୧ ତାରିଖ ଅବା ଏହାପରେ ଯେଉଁ ନୂଆ ଗାଡ଼ିଗୁଡ଼ିକ କ୍ରୟ ହେବ ସେଥିରେ ପଞ୍ଜୀକରଣ ସମୟରେ ଭିଏଲ୍‌ଟିଡି ଡିଭାଇସ୍‌ ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ସେହିପରି ଯେଉଁ ଗାଡ଼ିଗୁଡ଼ିକ ଚଳିତ ମାସ ୩୦ତାରିଖ ମଧ୍ୟରେ କ୍ରୟ ହୋଇଛି ସେଗୁଡ଼ିକ ୨୦୨୩ ଡିସେମ୍ବର ୩୧ତାରିଖ ପୂର୍ବରୁ ଏହି ଡିଭାଇସ୍‌ ଲଗାଇବେ। ଯଦି କୌଣସି ପୁରୁଣା ଗାଡ଼ିରେ ଧାର୍ଯ୍ୟ ସମୟସୀମା ମଧ୍ୟରେ ଭିଏଲ୍‌ଟିଡି ଡିଭାଇସ୍‌ ଲାଗି ନ ଥିବ ତେବେ ସମ୍ପୃକ୍ତ ଗାଡ଼ିକୁ ଫିଟ୍‌ନେସ, ମାଲିକାନା ପରିବର୍ତ୍ତନ, ପର୍‌ମିଟ୍‌ ଓ ନ୍ୟାଶନାଲ ପର୍‌ମିଟ୍‌ ଆଦି ସୁବିଧା ମିଳିବ ନାହିଁ।
ଓଡ଼ିଶା ସରକାରଙ୍କ ପରିବହନ ବିଭାଗର ୱେବ୍‌ସାଇଟକୁ ଯାଇ କ୍ଷମତାପ୍ରାପ୍ତ ବିକ୍ରେତାଙ୍କୁ ଚୟନ କରି ଅବା ନିକଟସ୍ଥ ରେଟ୍ରୋ ଫିଟ୍‌ମେଣ୍ଟ ସେଣ୍ଟର(ଆର୍‌ଏଫ୍‌ସି)କୁ ଯାଇ ଏହି ଡିଭାଇସ୍‌ ଗାଡ଼ିରେ ଲଗାଇ ପାରିବେ। ଗାଡ଼ି ମାଲିକମାନେ ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ଯେକୌଣସି କମ୍ପାନୀର ଭିଏଲ୍‌ଟିଡି ଡିଭାଇସ୍‌ ଲଗାଇ ପାରିବେ। ଶେଷ ସମୟରେ ଭିଡ଼ ହ୍ରାସ ନିମନ୍ତେ ଗାଡ଼ିମାଲିକମାନେ ଧାର୍ଯ୍ୟ ସମୟସୀମା ପୂର୍ବରୁ ଭିଏଲ୍‌ଟିଡି ଡିଭାଇସ୍‌ ଲଗାଇବାକୁ ପରିବହନ କମିଶନର ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ର ପରିବହନ ମନ୍ତ୍ରଣାଳୟର ଗାଇଡ୍‌ଲାଇନ୍‌ ଅନୁସାରେ ସମସ୍ତ ସାର୍ବଜନୀନ ପରିବହନ ସେବା ଯୋଗାଉଥିବା ଗାଡ଼ିରେ ଏହି ଡିଭାଇସ୍‌ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ପୂର୍ବରୁ ରାଜ୍ୟ ସରକାର ଏହି ଅବଧିକୁ ବାରମ୍ବାର ବୃଦ୍ଧି କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri