Posted inଜାତୀୟ

ଶିବରାଜ ସିଂ ଚୌହାନଙ୍କ ରାଲିରେ ଓଲଟିଲା ଗାଡ଼ି, ୩ ଯବାନ ଆହତ

ନୂଆଦିଲ୍ଲୀ,୫।୪: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ରାଲିରେ ଯାଉଥିବା ଜିଲା ପୋଲିସ ଗାଡ଼ିଟି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ, ସେମାନଙ୍କୁ ଚିକିତ୍ସା ପାଇଁ ସେହୋରକୁ ପଠାଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭୋପାଳରୁ ଦେବାସ ଜିଲାର ଖଟେଗାଓଁ ସାନ୍ଦଲପୁର ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାଟି ଆଷ୍ଠା ଥାନା ଅଞ୍ଚଳର ବେଡାଖେଡି ରାଜପଥରେ ଘଟିଛି।
ଏହି ଦୁର୍ଘଟଣାରେଏଏସଆଇ ଏସପି ସିମୋଲିଆଙ୍କ ଛାତିରେ ଆଘାତ ଲାଗିଥିବା ବେଳେ ଅନ୍ୟ ଦୁଇ ପୋଲିସ କର୍ମଚାରୀ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ଖଟେଗାଓଁରେ ସ୍ବର୍ଗତ ଭାଜପା ନେତା ଶମ୍ଭୁକୁମାର ବାକଲିୱାଲଙ୍କ ପରିବାର ସଦସ୍ୟଙ୍କୁ ଭେଟି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
କେନ୍ଦ୍ର କୃଷି ମନ୍ତ୍ରୀ ଗୁଜୁରାଟର ଏକ ବାଣ କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ପଙ୍କଜ ସାନକାଲିଆଙ୍କ ଘରକୁ ଯାଇଥିଲେ ଏବଂ ତାଙ୍କ ମାତାପିତାଙ୍କୁ ଭେଟିଥିଲେ। ଏହା ପରେ ସେ ସମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦୁଇଟି ପରିବାରକୁ ଭେଟିଥିଲେ। ଗୁଜରାଟର ବନାସକାଣ୍ଠାରେ ଏକ ବେଆଇନ ବାଣ କାରଖାନାର ଗୋଦାମରେ ବିସ୍ଫୋରଣ ହେବା ଫଳରେ ୨୧ ଜଣ ପ୍ରାଣ ହରାଇଛନ୍ତି, ସେମାନଙ୍କ ମଧ୍ୟରୁ ଅଧିକାଂଶ ମଧ୍ୟପ୍ରଦେଶର ଥିଲେ।
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ବନାସକାଣ୍ଠା କାରଖାନା ବିସ୍ଫୋରଣରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି ଯେ ଗୁଜରାଟର ବନାସକାଣ୍ଠାରେ ହୋଇଥିବା ବାଣ କାରଖାନା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତ କର୍ମଚାରୀଙ୍କୁ ୫୦,୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ବିସ୍ଫୋରଣରେ ପ୍ରାଣ ହରାଇଥିବା ୧୮ ଜଣଙ୍କ ଶେଷକୃତ୍ୟ ଗୁରୁବାର (୩ ଏପ୍ରିଲ ୨୦୨୫) ଦେବାସର ନେମାୱାର ଘାଟରେ କରାଯାଇଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଅନେକ ମୃତଦେହ ଖଣ୍ଡ ଖଣ୍ଡ ହୋଇଯାଇଥିଲା, ଯାହା ଫଳରେ ସେମାନଙ୍କୁ ଚିହ୍ନଟ କରିବାକୁ ସମୟ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri