ଗାଡ଼ି ମାଲିକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, ଚାଲିଗଲା ଜୀବନ

କେନ୍ଦୁଝର,୧୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ଼ ରେଳ ଫାଟକ ଠାରୁ ୮ମିଟର ଦୂରତା ରେଳ ଧାରଣା ନିକଟରେ ମାଲ ବାହୀ ଟ୍ରେନ ଧକ୍କାରେ ଜଣେ ଗାଡ଼ି ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୋବର୍ଦ୍ଧନ ପଞ୍ଚାୟତର ରବିନାରାୟଣ ଦେଓଙ୍କ ପୁଅ ଲୋକନାଥ (୩୫)।

ସୂଚନାନୁସାରେ,ଲୋକନାଥ ଜଣେ ଗାଡ଼ି ମାଲିକ। ତାଙ୍କର ଦୁଇଟି ୧୪ ଚକିଆ ହାଇଓ୍ବା ଟ୍ରକ୍‌ ଅଛି। ପ୍ରକୃତ ଘଟଣା ଦୁର୍ଘଟଣା ନା ଆତ୍ମହତ୍ୟା ସଠିକ ଜଣା ପଡ଼ିନାହିଁ। ଗତକାଲି ସେ କାଦଗଡ଼ ଗ୍ରାମର ଚାଷ ଜମି ଦେଖୁାକୁ(ଓଆର-ଜିର-୯-ଏନ-୧୫୫୫) ବାଇକ୍‌ରେ ସେଠାକୁ ଆସିଥିଲେ। ରେଳ ଧାରଣା ବାମପାର୍ଶ୍ୱରେ ବାଇକ ରଖି ଯାଉଥିବାବେଳେ ମାଲବାହୀ ଟ୍ରେନ୍‌ ତାଙ୍କୁ ଧକ୍କା ଦେଇଥିବା ଜଣାପଡ଼ିଛି। ଫଳରେ ତାଙ୍କର ଶରୀର ଖଣ୍ତ ବିଖଣ୍ତିତ ହୋଇଯାଇଥିବାବଳେ ଘଟଣାସ୍ଥଳରେ ଲୋକନାଥଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଟ୍ରକ୍‌ ଋଣ ଗ୍ରସ୍ତ ହୋଇ ସେ ବିଷାଦରେ ଥିଲେ ବୋଲି ଆଲୋଚନା ହେଉଛି।
ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ ପଡ଼ିଥିବା ଦେଖିବା ପରେ ଖବର ପାଇ ରେଳବାଇ ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଲୋକନାଥଙ୍କ ମୃତଦେହ ଚିହ୍ନିଥିଲେ। ଏନେଇ ରେଳବାଇ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ମୃତଦେହ ବ୍ୟବଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri