ଡିସେମ୍ବର ୩୧ ଯାଏ ଗାଡ଼ି କାଗଜପତ୍ର ଅବଧି ବୃଦ୍ଧି

କଟକ ଅଫିସ,୨୫।୮: ସମସ୍ତ ପ୍ରକାର ଯାନବାହନ କାଗଜପତ୍ରର ବୈଧତାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଏନେଇ ଘୋଷଣା କରିବା ପରେ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତିରେ କୁହାଯାଇଛି ଯେ, ମୋଟର ଭେଇକଲ୍‌ ରୁଲ୍‌ସ-୧୯୮୯ ଅନ୍ତର୍ଗତ ଫିଟନେସ୍‌, ସମସ୍ତ ପ୍ରକାର ପରମିଟ୍‌, ଡ୍ରାଇଭିଂ ଲାଇସେନ୍ସ, ରେଜିଷ୍ଟ୍ରେସନ୍‌ ସାର୍ଟିଫିକେଟ୍‌ ଓ ଅନ୍ୟ କାଗଜପତ୍ରର ଅବଧି ଯାହା ୨୦୨୦ ଫେବୃୟାରୀ ୧ରୁ ସରିଛି, ତାହାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି ମାର୍ଚ୍ଚ ୧୮ରୁ ବୈଧତା ସରିଥିବା ଲନର୍ସ ଲାଇସେନ୍ସକୁ ମଧ୍ୟ ଡିସେମ୍ବର ୩୧
ଯାଏ ବଢ଼ାଇ ଦିଆଯାଇଛି। ଯାତ୍ରୀ ଓ ମାଲ୍‌ବାହୀ ଯାନ, ସ୍କୁଲ୍‌ ବସ୍‌ ଓ ଅନ୍ୟ ବସ୍‌ଗୁଡ଼ିକର କାଗଜପତ୍ର ବୈଧତା ମଧ୍ୟ ବଢ଼ିଛି। ତେବେ ପଲ୍ୟୁଶନ୍‌ ଅଣ୍ଡର କଣ୍ଟ୍ରୋଲ୍‌(ପିୟୁସି) ସାର୍ଟିଫିକେଟ୍‌ ଓ ଅସ୍ଥାୟୀ ପରମିଟ୍‌ର ବୈଧତା ବଢ଼ିନାହିଁ। ଗାଡ଼ି ଚାଳକମାନେ ପଲ୍ୟୁସନ୍‌ ସାର୍ଟିଫିକେଟ୍‌ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିବହନ କମିଶନର ସଞ୍ଜୀବ ପଣ୍ଡା ଜାରି କରିଥିବା ଏହି ନିର୍ଦ୍ଦେଶନାମାକୁ ସମସ୍ତ ଜିଲାପାଳ, ଏସ୍‌ପି, ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,
ଗତ ୧୩ ତାରିଖରେ ଏସ୍‌ଟିଏ ନିର୍ଦ୍ଦେଶନାମା ଜାରି କରି କଟକଣା ଭିତରେ ଆର୍‌ଟିଓ ଖୋଲିବା ପାଇଁ ଅନୁମତି ଦେଇଥିଲା। କିନ୍ତୁ ଏଯାବତ୍‌ ଆର୍‌ଟିଓଗୁଡ଼ିକ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରି ନ ଥିବାରୁ ବିଭିନ୍ନ ପ୍ରକାର ସାର୍ଟିଫିକେଟ୍‌ ନବୀକରଣ, ନୂତନ ଆବେଦନ ପାଇଁ ଗାଡ଼ି ମାଲିକମାନେ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ସୋମବାର ନୂତନ ନିର୍ଦ୍ଦେଶନାମା ସେମାନଙ୍କୁ ଆଶ୍ୱସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri