Posted inଜାତୀୟ

ନଦୀକୁ ଖସିଲା ଗାଡ଼ି: ୭ ଯବାନ ମୃତ

ନୂଆଦିଲ୍ଲୀ,୨୮।୫ (ପି.ଟି.): ଲଦାଖର ଟୁକ୍‌ଟୁକ୍‌ ସେକ୍ଟରରେ ଶୁକ୍ରବାର ସକାଳେ ସୈନ୍ୟବାହିନୀର ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ଶ୍ୟୋକ ନଦୀକୁ ଖସିପଡ଼ିବାରୁ ୭ ଜଣ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୧୯ ଜଣ ଆହତ ହୋଇଛନ୍ତି। ୨୬ ସୈନ୍ୟଙ୍କୁ ନେଇ ଯାଉଥିବା ଗାଡ଼ିଟି ରାସ୍ତାରୁ ୫୦ରୁ ୬୦ ଫୁଟ ତଳକୁ ଖସି ନଦୀଗର୍ଭରେ ପଡ଼ିଥିଲା। ଯବାନମାନେ ପରତାପୁର ଟ୍ରାଞ୍ଜିଟ୍‌ କ୍ୟାମ୍ପ୍‌ରୁ ହନିଫ୍‌ ସବ୍‌ସେକ୍ଟରକୁ ଯାଉଥିବାବେଳେ ପୂର୍ବାହ୍ନ ପ୍ରାୟ ୯ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆହତ ୧୯ ଜଣଙ୍କୁ ପ୍ରଥମେ ସ୍ଥାନୀୟ ପରତାପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବାୟୁସେନା ହେଲିକପ୍ଟରରେ ହରିୟାଣାର ପଞ୍ଚକୁଲା ଜିଲାରେ ଥିବା କମାଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଯବାନଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଯଥାସମ୍ଭବ ସହାୟତା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମୃତ ଯବାନଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri