ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ପକ୍ଷରୁ ଟୁଇଟର ମାଧ୍ୟମରେ ସୂଚନା ଦିଆଯାଇଛି। ଅଟୋମୋବାଇଲ୍‌ ଡିଲରଗୁଡ଼ିକ ଗୁରୁବାରଠାରୁ ବାହନ ଆପ୍‌ ମାଧ୍ୟମରେ ନୂତନ ଗାଡ଼ି ପଞ୍ଜୀକରଣ କରିପାରିବେ। ଏନେଇ ଅନୁମତି ପ୍ରଦାନ କରିବାକୁ ଏସ୍‌ଟିଏ ପକ୍ଷରୁ ଆର୍‌ଟିଓଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଡିଲରମାନେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ସମସ୍ତ କରୋନା କଟକଣାକୁ ମାନି ଶୋ’ରୁମ୍‌ ଖୋଲିବା ସହ ଗାଡ଼ି ବିକ୍ରୟ କରିପାରିବେ। ସୂଚନାଯୋଗ୍ୟ, ସଂକ୍ରମଣ ହ୍ରାସ ପାଇବା ପରେ ଗତ ୩୧ ତାରିଖରେ ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତି ଜିଲାରେ ନୂତନ ଗାଡ଼ି ପଞ୍ଜୀକରଣ ଏବଂ ବିକ୍ରୟ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri