ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏଣିକି ଫିଟନେସ୍ ସାର୍ଟିଫିକେଟ୍‌, ବୈଧ ବୀମା କିମ୍ବା ପରମିଟ୍‌ ନ ଥାଇ ଗାଡ଼ି ଚଳାଚଳ କଲେ କେବଳ ଜରିମାନା ନୁହେଁ, ଗାଡ଼ିକୁ ମଧ୍ୟ ଜବତ କରାଯିବ। ଏ ନେଇ STA ପକ୍ଷରୁ ସମସ୍ତ ପରିବହନ ଅଧିକାରୀଙ୍କୁ ସର୍କୁଲାର ଜାରି କରାଯାଇଛି।

ସର୍କୁଲାରରେ କୁହାଯାଇଛି ଯେ, ଯେଉଁ ଯାନବାହନଗୁଡ଼ିକ ବାରମ୍ବାର ମୋଟର ଯାନ ଆଇନ ଉଲ୍ଲଙ୍ଘନ କରୁଛନ୍ତି କିମ୍ବା ଫିଟନେସ୍‌, ବୀମା ଓ ପରମିଟ୍‌ ଭଳି ଆବଶ୍ୟକ କାଗଜପତ୍ର ବିନା ଚଳାଚଳ କରୁଛନ୍ତି, ସେଗୁଡ଼ିକ ବିରୋଧରେ କଡ଼ା ଆଇନଗତ ପଦକ୍ଷେପ ନିଆଯିବ। ଏପରି ଗାଡ଼ିଗୁଡ଼ିକୁ ଜବତ କରିବା ସହ ପ୍ରଚଳିତ ଆଇନ ଅନୁଯାୟୀ ମାମଲା ରୁଜୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

STA ପକ୍ଷରୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (RTO), ସହକାରୀ RTO ଏବଂ ମୋଟର ଯାନ ନିରୀକ୍ଷକମାନଙ୍କୁ ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରିବାକୁ କୁହାଯାଇଛି। ଯେଉଁ ଅଧିକାରୀମାନେ ସର୍କୁଲାରରେ ଉଲ୍ଲେଖିତ ନିର୍ଦ୍ଦେଶ ପାଳନରେ ଅବହେଳା କରିବେ, ସେମାନଙ୍କ ବିରୋଧରେ ମଧ୍ୟ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ପଷ୍ଟ ଚେତାବନୀ ଦିଆଯାଇଛି।

ରାଜ୍ୟ ସରକାରଙ୍କ ମତରେ, ଅଯୋଗ୍ୟ ଓ ନିୟମବହିର୍ଭୂତ ଯାନବାହନ ସଡ଼କ ଦୁର୍ଘଟଣାର ଏକ ପ୍ରମୁଖ କାରଣ। ସେଥିପାଇଁ ଏଭଳି ଗାଡ଼ି ଉପରେ କଡ଼ା ନଜର ରଖି ସଡ଼କରେ ସେମାନଙ୍କ ଚଳାଚଳକୁ ରୋକିବାକୁ STA ଗୁରୁତ୍ୱ ଦେଇଛି। ଯାନମାଲିକମାନଙ୍କୁ ସମସ୍ତ ଆବଶ୍ୟକ କାଗଜପତ୍ର ସମୟମଧ୍ୟରେ ନବୀକରଣ କରି ନିୟମ ଅନୁଯାୟୀ ଗାଡ଼ି ଚଳାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri