ନିୟମ ଉଲ୍ଲଙ୍ଘନ କଲେ ଗାଡ଼ିର RC ରଦ୍ଦ, RTOକୁ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୧୦: ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଅଭ୍ୟାସଗତ ଭାବେ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡ଼ି ମାଲିକଙ୍କ ରେଜିଷ୍ଟ୍ରେସନ ସାର୍ଟିଫିକେଟ (RC) ରଦ୍ଦ କରିବାକୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପରିବହନ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଉଲ୍ଲଙ୍ଘନକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସେମାନଙ୍କୁ ନୋଟିସ୍ ପଠାଯିବ। ଏହାସହ ବକେୟା ଚାଲାଣ ପୈଠ କରି କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବାକୁ ଗାଡ଼ି ମାଲିକମାନଙ୍କୁ ପରାମର୍ଶ ଦିଆଯାଇଛି।

ପ୍ରତି RTOରେ ଏକ ସ୍ବତନ୍ତ୍ର ହେଲ୍ପଡେସ୍କ ମାଧ୍ୟମରେ ଓଟିଏସ୍‌ (ଓ୍ଵାନ ଟାଇମ ସେଟଲମେଣ୍ଟ) ଯୋଜନା କାର୍ଯ୍ୟକାରୀ କରାଯିବ, ଯାହା ଚାଲାଣ ପରିଶୋଧକୁ ସହଜ କରିବ। ଏହି ପଦକ୍ଷେପ ମାଧ୍ୟମରେ ରାସ୍ତା ନିୟମ ପାଳନକୁ କଡ଼ାକଡ଼ି କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri