ଗଳିକନ୍ଦିରେ ରହୁଛି ଗାଡ଼ି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଗାଡିମୋଟର ସଂଖ୍ୟା ବଢ଼ିବାରେ ଳାଗିଛି। ବିଶେଷକରି ଲୋକେ ରାସ୍ତା ଓ ନୋ ପାର୍କିଂ ଜୋନ୍‌ରେ ଗାଡି ରଖୁଥିବାରୁ ଅନେକ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ସହରର ସବୁଠାରୁ ଜନଗହଳିପୂର୍ଣ୍ଣ ଅଞ୍ଚଳ କୁହାଯାଉଥିବା ରାଜମହଲ ଓ ଶହୀଦ ନଗରରେ ଏହି ସମସ୍ୟକୁ କମ୍‌ କରିବା ପାଇଁ ନିର୍ମାଣ ହୋଇଛି ବହୁତଳ ବିଶିଷ୍ଟ ପାର୍କିଂ(ଏମ୍‌ଏଲ୍‌ସିପି)। ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଦୁଇ ବହୁତଳ ପାର୍କିଂ ଏବେ ଖାଲି ପଡୁଥିବାବେଳେ ଲୋକେ ଗଳିକନ୍ଦି, ରାସ୍ତା କଡ଼ ଓ ଏଠିସେଠି ପାର୍କିଂ କରୁଛନ୍ତି। ଫଳରେ ବହୁତଳ ପାର୍କିଂ ଯୋଜନାର ଲକ୍ଷ୍ୟ ବିଫଳ ହେବା ସହ ଟ୍ରାଫିକ୍‌ ସ୍ଥିତି ସୁଧୁରି ପାରୁନି। ଅଧିକ ପାର୍କିଂ ଫି’ ଯୋଗୁ ଲୋକେ ଏଭଳି ବେଆଇନ ପାର୍କିଂ କରୁଥିବା ଜଣାପଡିଛି।
ରାଜମହଲସ୍ଥିତ ବହୁତଳ ପାର୍କିଂରେ ୪୦୦ କାର୍‌ ଓ ୭୦୦ ବାଇକ୍‌ ରହିବାର ବ୍ୟବସ୍ଥା ରହିଛି। ମାତ୍ର ଉଦ୍‌ଘାଟନକୁ ପ୍ରାୟ ୬ମାସ ବିତିଥିଲେ ମଧ୍ୟ କୌଣସି ଗୋଟିଏ ଦିନ ପାର୍କିଂ ଅଞ୍ଚଳ ପୂରଣ ହେଉନାହିଁ। ସେହିପରି ଶହୀଦନଗର ବହୁତଳ ପାର୍କିଂରେ ସମାନ ସ୍ଥିତି ଦେଖିବାକୁ ମିଳୁଛି। ଏଠାରେ ୧୯୬ କାର୍‌ ଓ ୩୯୮ ବାଇକ୍‌ ପାର୍କିଂ କ୍ଷମତା ରହିଥିଲେ ମଧ୍ୟ ଲକ୍ଷ୍ୟ ହାସଲ ହୋଇପାରୁ ନାହିଁ। ଫଳରେ ଏ ବାବଦକୁ ଖର୍ଚ୍ଚ ହୋଇଥିବା କୋଟି କୋଟି ଟଙ୍କା ପାଣିରେ ପଡ଼ିବା ପରି ମନେ ହେଉଛି। ପାର୍କିଂ ଫି’ କମାଇବା ସହ ସହରର ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନରେ ଏପରି ପାର୍କିଂ ବ୍ୟବସ୍ଥା କରିବା ପାଇଁ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri