ଭିଇଏମ୍‌ଏସ୍‌ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍‌ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ମୃତ୍ୟୁ ସମୟରେ ପରିବାରର ପ୍ରାୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣି ମଧ୍ୟରାତ୍ରିରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ଭୁବନେଶ୍ୱର ମଧ୍ୟ ଓ ଉତ୍ତର ବିଧାୟକ ତାଙ୍କ ଶେଷ ଦର୍ଶନ କରିଥିଲେ। ରବିବାର ସକାଳୁ ତାଙ୍କ ମରଶରୀରକୁ ମଧୁସୂଦନ ନଗରସ୍ଥିତ ବାସଭବନ ସମେତ ଭୁବନେଶ୍ୱରର ସମସ୍ତ ଭିଇଏମ୍‌ଏସକୁ ନିଆଯାଇଥିଲା। ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ପୁଷ୍ପ ଅର୍ପଣ ପୂର୍ବକ ତାଙ୍କୁ ଶେଷ ବିଦାୟ ଦେଇଥିଲେ। ପରେ ପୁରୀ ସ୍ବର୍ଗଦ୍ୱାରକୁ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ବଡ ପୁଅ ପ୍ରିନ୍ସ ମୁଖାଗ୍ନି ଦେଇଥିଲେ। ସେଠାରେ ତାଙ୍କର ଅନ୍ୟ ଦୁଇ ଭାଇ ଓ ପରିବାରବର୍ଗ ଉପସ୍ଥିତ ଥିଲେ। ସେ ଜଣେ ବିଶିଷ୍ଟ ଶିକ୍ଷାବିତ, ସାମାଜିକକର୍ମୀ ଓ ହୃଦୟବାନ ମଣିଷ ଥିଲେ। ନିଜର ଅକ୍ଳାନ୍ତ ପରିଶ୍ରମ ଓ ଦୃଢ ମନୋବଳ ଯୋଗୁ ଭୁବେନଶ୍ୱରରେ ଅନେକ ଭିଇଏମଏସ ବିଦ୍ୟାଳୟ ସ୍ଥାପନ କରି ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଉନ୍ନତି ପାଇଁ ଚେଷ୍ଟା କରିଥିଲେ। ସମାଜର ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଛାତ୍ରୀଛାତ୍ରମାନେ କିପରି ଇଂରାଜୀ ମାଧ୍ୟମ ଶିକ୍ଷାଲାଭ କରିବେ ଓ ଜୀବନର ସବୁକ୍ଷେତ୍ରରେ ସଫଳ ହେବେ ତାହା ହିଁ ତାଙ୍କର ମୂଳ ଲକ୍ଷ୍ୟ ଥିଲା। ତାଙ୍କ ପରି ଜଣେ ବିଶିଷ୍ଟ ଶିକ୍ଷାବିତ, ସ୍ନେହୀ ଓ ଆଦର୍ଶବାଦୀ ବ୍ୟକ୍ତିଙ୍କୁ ହରାଇ ଭିଇଏମଏସ ପରିବାରର ଅପୂରଣୀୟ କ୍ଷତି ଘଟିଛି ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri