ଖୁବ୍‌ଶୀଘ୍ର ଏସ୍‌ଏଚ୍‌ଜି ମହିଳାଙ୍କୁ ବଣ୍ଟାହେବ ଭେଣ୍ଡିଂଜୋନ୍‌

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ରାଜ୍ୟ ସରକାର ମହିଳା ସଶକ୍ତିକରଣକୁ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ମହିଳାମାନେ କିପରି ସ୍ବାବଲମ୍ବୀ ହେବେ ଏବଂ ଆଗକୁ ବଢିବେ ସେ ନେଇ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି କ୍ରମରେ ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏସ୍‌ଏଚ୍‌ଜି ମହିଳାଙ୍କ ଲାଗି ଜାରି ରହିଥିବା ସ୍ବତନ୍ତ୍ର ଭେଣ୍ଡିଂ ଜୋନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରବିବାର ମେୟର ସୁଲୋଚନା ଦାସ, ବିଏମସି ଅତିରିକ୍ତ କମିଶନର-୩ ସୁର୍ଯ୍ୟବଂଶୀ ମୟୁର ବିକାଶ ଓ ଅନ୍ୟ ବିଭାଗୀୟ ଅଧିକାରୀ, ସ୍ଥାନୀୟ କର୍ପୋରେଟର ରଶ୍ମିରଞ୍ଜନ ପାଟ୍ଟଶାଣୀ ପ୍ରମୁଖ ୱାର୍ଡ ୬୫ର କସ୍ମୋପଲିସ ଆପାର୍ଟମେଣ୍ଟ ନିକଟରେ ର୍ନିମାଣଧୀନ ଥିବା ମହିଳା ଭେଣ୍ଡିଂ ଜୋନର ସ୍ଥତି ସମୀକ୍ଷା କରିଥିଲେ। ଭେଣ୍ଡିଂ ଜୋନ ର୍ନିମାଣ ସରି ଆସିଥିବାବେଳେ ବଳକା କାମଗୁଡ଼ିକ ଯଥାଶୀଘ୍ର ଶେଷ କରାଯାଇ ଏସ୍‌ଏଚ୍‌ଜି ମହିଳାଙ୍କୁ ଆବଣ୍ଟନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏନେଇ ସମୟ ପ୍ରଦାନ କରାଗଲେ ବିଏମସି ଏହାକୁ କାର୍ଯ୍ୟକ୍ଷମ କରାଇବ। ଏଠାରେ ମୋଟ ୪୧ଟି ଭେଣ୍ଡିଂ ଜୋନ ରହିଛି। ଏଥିରୁ ଗୋଟିଏରେ ଅଫିସ ଚାଲିବ ବାକି ୪୦ଟିକୁ ପ୍ରଦାନ କରାଯିବ। ୩ ଜୋନର ୩୦ ଏସଏଜି ମହିଳାଙ୍କ ସହ ସୋନପୁରର କିଛି ବୁଣାକାର ଓ ଉକ୍ତ ଅଞ୍ଚଳରୁ ପୂର୍ବରୁ ଉଚ୍ଛେଦ ହୋଇଥିବା କିଛି ମହିଳାଙ୍କୁ ଏଠାରେ ସ୍ଥାନିତ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri