Posted inଖେଳ

‘ହାର୍ଦ୍ଦିକଙ୍କ ଠାରୁ ଆଗରେ ଅଛନ୍ତି ଭେଙ୍କଟଶ’

ନୂଆଦିଲ୍ଲୀ,୨୨।୨: ନିକଟରେ ଶେଷ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭେଙ୍କଟଶ ଆୟାରଙ୍କ ଅଲରାଉଣ୍ଡ ପ୍ରଦର୍ଶନରେ ପ୍ରଭାବିତ ହୋଇଛନ୍ତି ପୂର୍ବତନ ଭାରତୀୟ ଓପନର ଓ୍ବାସିମ ଜାଫର। ଏପରିକି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲରାଉଣ୍ଡର ହାର୍ଦ୍ଦିକଙ୍କ ଠାରୁ ଆଗରେ ଥିବା ସେ କହିଛନ୍ତି।

ଅନ୍ତିମ ଟି୨୦ରେ ଭେଙ୍କଟଶ ୧୯ ବଲରେ ୩୫ ରନ୍‌ର ବିସ୍ଫୋରକ ପାଳି ଖେଳିଥିଲେ। ୨୭ ବର୍ଷୀୟ କ୍ରିକେଟର ପୂରା ସିରିଜ୍‌ରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟରଙ୍କ ତାଲିକାରେ ୯୨ ରନ୍‌ ସହ ଚତୁର୍ଥ ସ୍ଥାନରେ ରହିଛନ୍ତି। ସେ ଦୁଇଟି ଉଇକେଟ ନେଇଥିଲେ।

“ ମୋ ମତରେ ଆୟର ଏବେ ଆଗରେ ଅଛନ୍ତି। କାରଣ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବୋଲିଂ କରୁଛନ୍ତି କି ନାହିଁ, ତାହା ଜଣାନାହିଁ। ହାର୍ଦ୍ଦିକଙ୍କ ପାଇଁ ଆଇପିଏଲ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହେବ। କିନ୍ତୁ ବର୍ତ୍ତମାନ ଭେଙ୍କଟଶ ଆଗରେ ଅଛନ୍ତି। ୬ ନଂରେ ତାଙ୍କ ଖେଳ ଦେଖି ମୁଁ ଚକିତ। ଆମେ ତାଙ୍କୁ ଓପନର ଭାବେ ବ୍ୟାଟିଂ କରିଥିବା ଦେଖିଛୁ। କିନ୍ତୁ ୬ ନଂରେ ବ୍ୟାଟିଂ କରି ମ୍ୟାଚ୍‌ ଫିନିଶିଂ କରିବାର ତାଙ୍କର ଦକ୍ଷତା ପ୍ରଶଂସନୀୟ” ବୋଲି ଜାଫର କହିଛନ୍ତି। ଆୟାରଙ୍କ ପ୍ରଦର୍ଶନରେ ଖୁସି ପ୍ରକଟ କରିଛନ୍ତି ଭାରତୀୟ ଦଳର କୋଚ୍‌ ରାହୁଲ ଡ୍ରାଭିଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri