ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ ହରଘର ଜଳ’ ଯୋଜନା ମାଧ୍ୟମରେ ପ୍ରତି ପରିବାରକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇବା ପାଇଁ ଭେଙ୍କଟପଲମଠାରେ ନିର୍ମିତ ମେଗା ପାନୀୟ ଜଳ ପ୍ରକଳ୍ପ ଆରମ୍ଭ ହୋଇଥିବା ବେଳେ ଏହା ଲୋକଙ୍କ କାମରେ ଉପଯୋଗୀ ହୋଇପରିଛି କି ନାହିଁ ତାହା ସମୀକ୍ଷା କରା ଯାଇଥିଲା। ବିଧାନସଭା ଷ୍ଟାଣ୍ଡିଂ ସ୍ଥାୟୀ କମିଟି ଅଧ୍ୟକ୍ଷ ତଥା ବଡ଼ସାହି ବିଧାୟକ ସନାତନ ବିଜୁଳିିଙ୍କ ଅଧ୍ୟକ୍ଷତାରେ , ବଡଚଣା ବିଧାୟକ ଅମର କୁମାର ନାୟକ , ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା, କଟକ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ,କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବାରୁ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଚିକିଟି ବିଧାୟକ, ମନୋରଞ୍ଜନ ଧ୍ୟାନ ସାମନ୍ତରାୟ, ଖରିଆର ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ପ୍ରମୁଖ କମିଟି ସଦସ୍ୟ ଗସ୍ତ କରିଥିଲେ।

କାଲିମେଳାଠାରୁ ମାତ୍ର ୫କିମି ଦୂରରେ ଅବସ୍ଥିତ ଭେଙ୍କଟପଲମ ପଞ୍ଚାୟତ ସଦର ଗ୍ରାମ ନିକଟରେ ପ୍ରବାହିତ ହେଉଥିବା ପୋଟେରୁ ନଦୀକୂଳରେ ଆରମ୍ଭ ହୋଇଥିଲା ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୭ ବର୍ଷ ବିତିଯାଇଥିଲେ ସୁଦ୍ଧା ତାହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକରି ହୋଇ ପାରନାହିଁ । ୨୦୧୭-୧୮ ଆର୍ଥିକ ବର୍ଷରେ ଅହମଦାବାଦର କଳ୍ପତରୁ ଗ୍ରୁପ ଅଫ କମ୍ପାନୀ ଦ୍ବାରା ପରିଚାଳିତ ଜେଏମ୍‌ସି ଓ ଆର.ଆଇ.ଡିଏଫ ପ୍ରାଇଭେଟ ଲିମିଟେଡ ନାମକ କମ୍ପାନୀ ଏହି ମେଗା ପାନୀୟ ଜଳ ପ୍ରକଳ୍ପ କାମ ହାତକୁ ନେଇଥିଲା। ୪.୫ ଏସ୍‌ଏଲ୍‌ତି କ୍ଷମତା ବିଶିଷ୍ଟ ମେଗା ପାନୀୟ ଜଳ ପ୍ରକଳ୍ପ ଦ୍ୱାରା କାଲିମେଳା ବ୍ଲକର ବଡିଗେଟା, କାଲିମେଳା, ଭେଙ୍କଟପଲମ, ଗମ୍ଫାକୋଣ୍ଡା ଏବଂ କଇମେଟଲା ୫ଟି ପଞ୍ଚାୟତରର ପ୍ରାୟ ୫୮୬୫ ପରିବାର ଘରେ ଘରେ ବିଶୁଦ୍ଧ ପାନୀୟ ଜଳ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖା ଯାଇଛି।

ଏଥିପାଇଁ ପ୍ରାୟ ୪୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ଜଣାପଡିଛି । ନଦୀର ଦୂଷିତ ପାଣିକୁ ବିଶୁଦ୍ଧ କରି ଏହାକୁ ପାନୀୟ ଜଳ ଭାବେ ଗ୍ରହଣ କରାଯିବା ପାଇଁ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରକଳ୍ପ ପରିଦର୍ଶନ ପରେ କମିଟି ଅଧକ୍ଷ ବିଜୁଳି ଏବଂ ଅନ୍ୟ ସଦସ୍ୟମାନେ ମତ ରଖିଥିଲେ ଯେ ଆମେ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଲୁ ୨୦୨୨ ମସିହାରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବା କଥା ତାହାର ଆହେତୁକ ବିଳମ୍ବ ହୋଇଛି ବର୍ତ୍ତମାନ ଲୋକଙ୍କ ପାଖରେ ପାଣି ପହଞ୍ଚିଛି ଏହି ପ୍ରକଳ୍ପ ଦ୍ୱାାରା ୫ଟି ପଞ୍ଚାୟତର ୨୧ଗୋଟି ଗ୍ରାମକୁ ପାଣି ଯିବା କଥା ସେଥିରୁ ୧୮ଟି ଗାଁକୁ ପାଣି ଯାଉଚି। ଆଓ ଦୁଇ ମାସ ଭିତରେ ସବୁ ଗାଁକୁ ପାଣି ଯିବ କହିଛନ୍ତି । ଏ ନେଇ ଜିଲାପାଳଙ୍କ ସହିତ ବୈଠକ କରି ତୁରନ୍ତ କାର୍ଯ୍ୟ କରିବା ପାଇଁ ଆମେ ପରାମର୍ଶ ଦେବୁ ବୁଲି କହିଛନ୍ତି । ଏହି ଗସ୍ତ ସମୟରେ କାଲିମେଳା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର କରଙ୍କ ସମେତ ବିଭାଗୀୟ ଯନ୍ତ୍ରୀ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?