Posted inଖେଳ

ଉଦ୍‌ଘାଟନୀ ମ୍ୟାଚ ଭେନ୍ୟୁ ବଦଳିଲା

ମେଲବୋର୍ନ, ୧।୨(ଏପି): ଟିକେଟ ଚାହିଦା ବୃଦ୍ଧି ପାଇବାରୁ ଆଗାମୀ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଆୟର୍ଲାଣ୍ଡ ବିପକ୍ଷ ଓପନିଂ ମ୍ୟାଚର ଭେନ୍ୟୁ ବଦଳା ଯାଇଛି। ଏହି ମ୍ୟାଚ ପ୍ରକୃତରେ ସିଡ୍‌ନୀର ନ୍ୟୁ ଆଲିଏଞ୍ଜ୍‌ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା। ଏହାର ଆସନ କ୍ଷମତା ୪୨,୫୦୦ ରହିଛି। ବର୍ତ୍ତମାନ ଏହି ମ୍ୟାଚ ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଖେଳାଯିବ, ଯାହାର ଆସନ କ୍ଷମତା ୮୨,୦୦୦ରୁ ଅଧିକ। ଷ୍ଟାଡିୟମ ଅଷ୍ଟ୍ରେଲିଆ ହେଉଛି ପୂର୍ବତନ ଅଲିମ୍ପିକ ଷ୍ଟାଡିୟମ। ଅଗଷ୍ଟ ୨୦ରେ ବିଶ୍ୱକପ୍‌ ଫାଇନାଲ ମଧ୍ୟ ସେଠାରେ ଖେଳାଯିବ। ଟୁର୍ନାମେଣ୍ଟକୁ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ଆୟୋଜନ କରୁଛନ୍ତି। ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଜୁଲାଇ ୨୦ରେ ଆରମ୍ଭ ହେବ। ପ୍ରଥମ ଦିବସର ପ୍ରଥମ ମ୍ୟାଚ ନ୍ୟୁଜିଲାଣ୍ଡ ଓ ନରଓ୍ବେ ମଧ୍ୟରେ ଅକ୍‌ଲାଣ୍ଡର ଇଡେନପାର୍କରେ ଖେଳଯିବ। ସେହିଦିନ ପରବର୍ତ୍ତୀ ମ୍ୟାଚ ଅଷ୍ଟ୍ରେଲିଆ ଓ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯିବ। ଫିଫାର ମହିଳା ଫୁଟ୍‌ବଲ ମୁଖ୍ୟ ଅଧିକାରୀ ସରାଇ ବେୟାରମାନ କହିଛନ୍ତି, ମହିଳା ବିଶ୍ୱକପ୍‌ର ଉଦ୍‌ଘାଟନୀ ଦିବସରେ ଦୁଇଟି ମ୍ୟାଚକୁ ୧ ଲକ୍ଷରୁ ଅଧିକ ଦର୍ଶକ ଉପଭୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri