ଚାନ୍ଦି ଭଣ୍ଡାର ପକ୍ଷରୁ ଭେନସ୍‌ କଲେକ୍ସନ ଉନ୍ମୋଚିତ

ଭୁବନେଶ୍ୱର,୬।୨ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ (ବ୍ରାଣ୍ଡ୍‌) ଚାନ୍ଦି ଭଣ୍ଡାରର ବହୁ ପ୍ରତୀକ୍ଷିତ ତଥା ଆସନ୍ତା ଭାଲେଣ୍ଟାଇନ୍‌ ଡେ’ଉପଲକ୍ଷେ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବା ‘ଭେନସ୍‌’ କଲେକ୍ସନକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭୁବନେଶ୍ୱରର ଜୟଦେବ ବିହାରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଓଲିଉଡ ଅଭିନେତା ଶୈଳେନ୍ଦ୍ର ଏବଂ ଅଭିନେତ୍ରୀ ଶିବାନୀଙ୍କ ସମେତ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଓ ମାଣିକ ହଂସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅପରପକ୍ଷରେ ଚଳିତ ପ୍ରେମ ଋତୁ (ଭାଲେଣ୍ଟାଇନ ସିଜନ)ର ଆନନ୍ଦକୁ ବଢ଼ାଇବା ପାଇଁ ଚାନ୍ଦି ଭଣ୍ଡାର ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଜରିଆରେ ଗ୍ରାହକ ୯୨.୫ ଷ୍ଟର୍ଲିଂ ଗହଣା କ୍ରୟ ଉପରେ ଆକର୍ଷଣୀୟ ସୁବିଧା ସହ ଗହଣାର ମୋଟ ମୂଲ୍ୟ ଉପରେ ୧୦% ପର୍ଯ୍ୟନ୍ତ ରିହାତି ଦିଆଯାଉଛି, ଏହି ଅଫର ୨୦୨୪ ଫେବୃଆରୀ ୮ରୁ ୧୪ ପର୍ଯ୍ୟନ୍ତ ଉପଲବ୍ଧ।
ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ କହିଛନ୍ତି, ରୋମାନ୍ସ ଏବଂ ସଂଯୋଗ ସହ ସମକକ୍ଷ ଫେବୃଆରୀ ‘ଭେନସ୍‌’ କଲେକ୍ସନ ପାଇଁ ଏକ ପୃଷ୍ଠଭୂମି ଭାବେ କାର୍ଯ୍ୟ କରିଥାଏ। ଏପରିକି ଭାବନାର ଗଭୀରତାକୁ ପ୍ରକାଶ କରିବା ପାଇଁ ଏହି କଲେକ୍ସନରେ ଭଳିକି ଭଳି ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ଗହଣାର ସମ୍ଭାର ରହିଛି। ବିଶେଷ କରି ପ୍ରିୟଜନଙ୍କୁ କୃତଜ୍ଞତା ଜଣାଇବା ହେଉ କିମ୍ବା ପାରିବାରିକ ପ୍ରେମ ପ୍ରତୀକ କିମ୍ବା ପ୍ରିୟ ବନ୍ଧୁଙ୍କୁ ସମ୍ମାନ ଦେବା, ଆମର କଲେକ୍ସନ ଏ ସବୁ ମୂଲ୍ୟବାନ ସଂଯୋଗଗୁଡ଼ିକର ଭାବକୁ ପ୍ରକାଶ କରିଛି। ସେହିଭଳି ଆମର ସମ୍ପ୍ରସାରଣ ଯୋଜନା ଅନୁଯାୟୀ କଟକରେ ଚାନ୍ଦି ଭଣ୍ଡାରର ଏକ ନୂଆ ଷ୍ଟୋର ଘୋଷଣା କରୁଛୁ, ବହୁ ସଂଖ୍ୟାରେ ଗ୍ରାହକଙ୍କ ନିକଟରେ ଆମର ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ଗହଣାର ଯାଦୁ ପହଞ୍ଚାଇବା ପାଇଁ ଏହା ନିଜ ଉପସ୍ଥିତିକୁ ବିସ୍ତାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?