ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ଦେବ ନିଜର ସ୍ବରାଶି ତୁଳାକୁ ଗୋଚର କରିବାକୁ ଯାଉଛନ୍ତି ।

ତୁଳା ରାଶି ସହ ଜୀବନର ସାମଞ୍ଜସ୍ୟ, ଉତ୍ତମ ବୁଝାମଣା ଏବଂ ଭାଗିଦାରୀ (ପାର୍ଟନରସିପ୍)ର ସିଧାସଳଖ ସମ୍ପର୍କ ରହିଛି। ନିଜ ରାଶିରେ ଶୁକ୍ର ପ୍ରବେଶ କରୁଥିବାରୁ ସେ ଅତ୍ୟନ୍ତ ବଳବାନ୍ ସ୍ଥିତିରେ ରହିବେ। ଫଳରେ ସମ୍ପର୍କ ମଜବୁତ ହେବା ସହ କଳା କ୍ଷେତ୍ରରେ ସଫଳତା ଓ ପ୍ରଚୁର ଧନଲାଭର ଯୋଗ ସୃଷ୍ଟି ହେଉଛି। ବିଶେଷ କରି ମେଷ, ମିଥୁନ, ସିଂହ, ତୁଳା, ଧନୁ ଏବଂ କୁମ୍ଭ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଶୁଭଫଳଦାୟୀ ପ୍ରମାଣିତ ହେବ।

ମେଷ- ପ୍ରେମ, ବିବାହ ଏବଂ ବ୍ୟବସାୟିକ ଭାଗିଦାରୀ ପାଇଁ ଏହା ଶ୍ରେଷ୍ଠ ସମୟ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ପାଇବ। ବ୍ୟବସାୟୀମାନେ ନୂଆ ଚୁକ୍ତି ଓ ପ୍ରତିଷ୍ଠିତ ଗ୍ରାହକଙ୍କଠାରୁ ବଡ଼ ଫାଇଦା ପାଇବେ।

ମିଥୁନ- ପ୍ରେମ ସମ୍ପର୍କ, ପାଠପଢ଼ା, କଳା ଓ ସନ୍ତାନ ସୁଖ ପାଇଁ ଏହି ସମୟ ଶୁଭ। ପ୍ରେମ ସମ୍ପର୍କରେ ନିବିଡ଼ତା ବଢ଼ିବ। କଳାକାର, ଲେଖକ, ମିଡିଆ ଓ ସୃଜନଶୀଳ କାର୍ଯ୍ୟରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ଓ ନୂଆ ସୁଯୋଗ ମିଳିବ।

ସିଂହ- କଥାବାର୍ତ୍ତାର ଶୈଳୀ, ସାହସ ଓ ନୂଆ ସମ୍ପର୍କ ଯୋଡ଼ିବାର ଦକ୍ଷତା ମଜବୁତ ହେବ। ମାର୍କେଟିଂ, ସେଲ୍ସ, ମିଡିଆ ଓ ଲେଖାଲେଖି କ୍ଷେତ୍ରରେ ଥିବା ଲୋକଙ୍କୁ ବିଶେଷ ଲାଭ ମିଳିବ।

ତୁଳା-ବ୍ୟକ୍ତିତ୍ବ, ଆତ୍ମବିଶ୍ବାସ, ସୌନ୍ଦର୍ଯ୍ୟ ଓ ସମାଜରେ ମାନ-ସମ୍ମାନ ବୃଦ୍ଧି ପାଇବ। ଆକର୍ଷଣ ବଢ଼ିବା ସହ ପ୍ରେମ ଓ ବିବାହ ସମ୍ପର୍କିତ ମାମଲାରେ ସକାରାତ୍ମକ ଫଳାଫଳ ମିଳିବ । କ୍ୟାରିୟରରେ ବଡ଼ ସୁଧାର ଆସିବ।

&nbsp

Dharitri – Odisha’s No.1 Odia Daily
;

Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri