Posted inଖେଳ

ଭର୍ଡାସ୍କୋ ଫ୍ରେଞ୍ଚ ଓପନ୍‌ରୁ ଆଉଟ୍‌

ପ୍ୟାରିସ, ୨୭ା୯(ଏପି)-କରୋନା ଭାଇରସ୍‌ ଟେଷ୍ଟରେ ପଜିଟିଭ୍‌ ପାଇଁ ପୂର୍ବତନ ଟପ୍‌ ଟେନ୍‌ ଖେଳାଳି ଫର୍ନାଣ୍ଡୋ ଭର୍ଡାସ୍କୋ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଛନ୍ତି। କିନ୍ତୁ ତାଙ୍କ ମତରେ ଏହି ଫଳାଫଳରେ ତ୍ରୁଟି ରହିଛି। ଚଳିତବର୍ଷ ୟୁ.ଏସ୍‌. ଓପନ୍‌ ମିସ୍‌ କରିବା ପୂର୍ବରୁ ସ୍ପେନର ଏହି ୩୬ ବର୍ଷୀୟ ଖେଳାଳି ଲଗାତର ଭାବେ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳି ଆସୁଥିଲେ। ଭର୍ଡାସ୍କୋ ଟୁଇଟରରେ ଲେଖିଛନ୍ତି ରୋଲାଣ୍ଡ ଗ୍ୟାରେସ୍‌ଠାରେ ଖେଳ ଆରମ୍ଭ ହେବାରୁ ଦୁଇ ଦିନ ପୂର୍ବରୁ ଅଗଷ୍ଟରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ମାତ୍ର ସେତେବେଳେ ତାଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ଚଳିତ ସପ୍ତାହ ଟେଷ୍ଟରେ ପଜିଟିଭ୍‌ ଆସିବା ପୂର୍ବରୁ ତାଙ୍କର ଅନ୍ୟ କେତେ ଥର ହୋଇଥିବା ଟେଷ୍ଟରେ ନେଗେଟିଭ୍‌ ରହିିଥିଲା। ଭର୍ଡାସ୍କୋ ଆଉଥରେ ଟେଷ୍ଟ ପାଇଁ ଫ୍ରେଞ୍ଚ ଓପନ୍‌ ଆୟୋଜକଙ୍କୁ ଅନୁରୋଧ କରିଥିଲେ ମାତ୍ର ତାହା ନେଗେଟିଭ୍‌ ଆସିଥିଲା। ସେ କହିଛନ୍ତି ସେ ନିଜେ ଏକ ଅନ୍‌ଅଫିସିଆଲ ଟେଷ୍ଟ କରାଇଥିଲେ ଏବଂ ତାହା ନେଗେଟିଭ୍‌ ଆସିଥିଲା। ଫ୍ରେଞ୍ଚ ଓପନ୍‌ ଆୟୋଜକଙ୍କ ଏହି ନିଷ୍ପତ୍ତି ତାଙ୍କ ମନରେ ନୈରାଶ୍ୟ ଓ ହତାଶ ଭାବ ସୃଷ୍ଟି କରିଛି। ୨୦୦୯ ଅଷ୍ଟ୍ରେଲିଆନ ଓପନ୍‌ ସେମିଫାଇନାଲିଷ୍ଟ ଭର୍ଡାସ୍କୋ ବର୍ତ୍ତମାନ ର଼୍ୟାଙ୍କିଙ୍ଗ ତାଲିକାର ୫୮ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri