ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌ -୩ ବିବସ୍ବତ ଗୌତମ ମାମଲାର ବିଚାର କରି ମାମଲାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନେ ହେଲେ ଗୋଷାଣି ନୂଆଗାଁ ଥାନା ଅଞ୍ଚଳର ରୂପେଶ ପାଢ଼ୀ(୩୦), ଶ୍ରୀନୁ ପାତ୍ର(୩୮), ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରି ବନ୍ଧସାହିର ରଞ୍ଜିତ କୁମାର ସାହୁ ଓରଫ ନାକା (୨୯) ଶିବ ମହାକୁଡ଼ (୨୯) ଓ ଅନ୍ୟ ଏକ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜେଲରେ ଥିବା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ବେଢ଼ାବନ୍ଧ ସାହିର ଶଙ୍କର ସାହୁ(୩୧)। ଏପରିକି ପ୍ରତ୍ୟେକ ଅଭିଯୁକ୍ତ ୧୩ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧୮ ମାସ ଲେଖାଏ ଜେଲ ଭୋଗିବେ ବୋଲି ରାୟରେ ଉଲ୍ଲେଖ ରହିଛି।

୨୦୨୦ ଜୁନ ୧୨ ତାରିଖ ବିଳମ୍ବିତ ରାତିରେ ହେରିଟେଜ କମ୍ପାନୀର କ୍ଷୀର ବ୍ୟବସାୟୀ ଲମ୍ବୋଦରଙ୍କୁ ହିଲପାଟଣାସ୍ଥିତ ତାଙ୍କ ଗୋଦାମରେ ହତ୍ୟା କରାଯାଇଥିଲା। ଅଭିଯୁକ୍ତମାନେ ଲୁଟ୍‌ ଉଦ୍ଦେଶ୍ୟରେ ଆସିଥିଲେ। ଘରେ ଲୁଟେରାଙ୍କ ଶବ୍ଦ ଶୁଣି ଲମ୍ବୋଦର ନିଦରୁ ଉଠି ପଡିଥିବା ବେଳେ ସେମାନେ ଧରାପଡିଯିବା ଭୟରେ ତାଙ୍କୁ ହତ୍ୟା କରିଥିଲେ। ଗୋଦାମ ମ୍ୟାନେଜର ଭି. ବିନୟ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୮୭/୨୦ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ପର୍ଯ୍ୟାୟ କ୍ରମେ ଅଭିଯୁକ୍ତ ରୂପେଶ, ଶ୍ରୀନୁ, ରଞ୍ଜିତ, ଶିବଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମୁଖ୍ୟ ଅଭିଯୁକ୍ତ ଶଙ୍କର ଫେରାର ଥିବାବେଳେ ଢେଙ୍କାନାଳରେ ଏକ ଡକାୟତି ଘଟଣାରେ ଗିରଫ ହୋଇ ଜେଲ ଯାଇଥିଲେ। ବ୍ରହ୍ମପୁର ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଏସଡିଜେଏମ୍‌ କୋର୍ଟରେ ହାଜର କରି ଲମ୍ବୋଦର ହତ୍ୟା ମାମଲାରେ ଜଡ଼ିତ କରିଥିଲା। ଲମ୍ବୋଦର କ୍ଷୀର ଗୋଦାମରେ ଏକାକୀ ଶୋଇଥିବା ବେଳେ ସେଠାରେ ଟଙ୍କା ଓ ସୁନା ଥିବା ଜାଣି ଅଭିଯୁକ୍ତମାନେ ସେସବୁ ଲୁଟିବାକୁ ନିକଟସ୍ଥ ଏକ ହୋଟେଲରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ ବୋଲି ପୋଲିସ ତଦନ୍ତରୁ ଜଣାପଡିଥିଲା।

ଉକ୍ତ ମାମଲାର ବିଚାର ବେଳେ ୪୧ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ୪ ଅଭିଯୁକ୍ତଙ୍କୁ କୋର୍ଟକୁ ଅଣାଯାଇଥିଲା। ଢେଙ୍କାନାଳ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଭିସି ମାଧ୍ୟମରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ କ୍ୟାଡର ପିପି ବିଶ୍ୱଜିତ ବରାଳ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri