ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସମ୍ବଲପୁର ସ୍ବତନ୍ତ୍ର ପୋକ୍‌ସୋ ଫାଷ୍ଟଟ୍ରାକ୍‌ କୋର୍ଟ ଅତିରିକ୍ତ ଜିଲାଜଜ୍‌ ଆର୍‌.ଏଲ୍‌. ପଣ୍ଡା ଅଭିଯୁକ୍ତ ଅଜୟ ଓରାମ(୨୫)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୧୪ ଜଣଙ୍କ ସାକ୍ଷ୍ୟ ଓ ବିଭିନ୍ନ ତଥ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତ ଓରାମଙ୍କୁ ପୋକ୍‌ସୋ ଆଇନର ଦଫା ୬ ଏବଂ ଆଇପିସିର ଦଫା ୩୭୬(୨)(ଏନ୍‌)ରେ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦାୟେ ଦୋଷୀଙ୍କୁ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଆଇପିସି ଦଫା ୩୭୬ରେ ୩ବର୍ଷ ସଶ୍ରମ କାରାଦଣ୍ଡ ସହିତ ୫ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅର୍ଥ ଅନାଦାୟେ ଅଧିକ ଏକମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ସେ ରାୟରେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଜରିମାନା ଅର୍ଥକୁ କ୍ଷତିପୂରଣ ସ୍ବରୂପ ପୀଡ଼ିତାଙ୍କୁ ପ୍ରଦାନ କରିବାକୁ ରାୟରେ ଉଲ୍ଲେଖ କରାଯାଇଛି। ତେବେ ଦୋଷୀ ଉଭୟ ଦଣ୍ଡକୁ ଏକ ସଙ୍ଗେ ଭୋଗିବେ।

ସୂଚନା ଅନୁସାରେ ଉକ୍ତ ଗ୍ରାମରେ ପରିବାର ସହିତ ରହୁଥିବା ୧୭ ବର୍ଷୀୟା ନାବାଳିକା ୨୦୨୦ ନଭେମ୍ବର ୮ ରାତି ପ୍ରାୟ ୧୦ଟାରେ ନିକଟସ୍ଥ ପଡ଼ିଆକୁ ଶୌଚ ପାଇଁ ଯାଇ ଆଉ ଫେରି ନ ଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ହେଁ ପାଇ ନ ଥିଲେ। ନଭେମ୍ବର ୧୦ରେ ପୀଡ଼ିତାଙ୍କ ପିତା ଶାସନ ଥାନାରେ ଏ ନେଇ ଏତଲା ଦେଇଥିଲେ। ଶାସନ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ନିଖୋଜର ୧୨ଦିନ ପରେ ପୋଲିସ ପୀଡ଼ିତାଙ୍କୁ ଅଭିଯୁକ୍ତ ଅଜୟ ଓରାମଙ୍କ ସହିତ ରେଙ୍ଗାଲି ବସ୍‌ଷ୍ଟାଣ୍ଡରେ ଠାବ କରି ଥାନାକୁ ଆଣିଥିଲା। ପଚରାଉଚରା ବେଳେ ନଭେମ୍ବର ୮ତାରିଖରେ ସେ ଶୌଚ ହୋଇ ଘରକୁ ଫେରିବା ସମୟରେ ରାସ୍ତାରୁ ତାଙ୍କୁ ଅଜୟ ଭୟଭୀତ କରି ଉଠାଇ ନେଇଥିଲେ। ପରେ ତାଙ୍କୁ ବିଭିନ୍ନ ସ୍ଥାନକୁ ନେଇ ଏକାଧିକ ଥର ବଳାକତ୍ାର କରିଥିଲେ ବୋଲି ପୀଡ଼ିତା ପୋଲିସକୁ କହିଥିଲେ। ପୀଡ଼ିତାଙ୍କ ବୟାନ ଆଧାରରେ ପୋଲିସ ଅଜୟଙ୍କୁ ଗିରଫ କରିଥିଲା।

ଏହାକୁ ନେଇ ଶାସନ ଥାନାରେ ଆଇପିସି ଦଫା ୩୬୩, ୩୬୬, ୩୭୬(୨)(ଏନ୍‌), ପୋକ୍‌ସୋ ଆଇନ ଦଫା ୬ରେ ଏକ ମାମଲା (ନଂ.୨୦୨/୨୦) ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍‌ସୋ ଫାଷ୍ଟଟ୍ରାକ୍‌ କୋର୍ଟ ଅତିରିକ୍ତ ଜିଲା ଜଜ୍‌ ଶନିବାର ଏହି ରାୟ ଶୁଣାଇଛନ୍ତି। ଅଦାଲତରେ ଏହି ମାମଲାକୁ ସରକାରଙ୍କ ପକ୍ଷରୁ ପିପି ବସନ୍ତ କୁମାର ମିଶ୍ର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri