Odisha Elections 2024

ଆସିଲା ନାବାଳିକା ବଳାତ୍କାର ମାମଲାର ରାୟ: ଦୋଷୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୯ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳର ଏକ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଭାତ କୁମାର ରାଜଗୁରୁ ସମସ୍ତ ସାକ୍ଷ୍ୟପ୍ରମାଣକୁ ଭିତ୍ତି ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜଜ୍‌ ଆଇନ ସେବା ପ୍ରାଧୀକରଣ ସଚିବ(ଡିଏଲଏସଏ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ସୋରଡ଼ା ଥାନା ଅନ୍ତର୍ଗତ ବାଘଲିଂ ଗ୍ରାମର ଜିତୁ ଗୌଡ଼ (୨୬)।

ସୋରଡ଼ା ଅଞ୍ଚଳର ୧୬ ବର୍ଷିୟା ନାବାଳିକାଙ୍କୁ ଅଭିଯୁକ୍ତ ଜିତୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ଇଛା ବିରୋଧରେ ବଳାତ୍କାର କରିଆସୁଥିଲେ। ୨୦୧୮ ଜୁନରେ ନାବାଳିକା ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ସେ ଦୁଇ ମାସର ଗର୍ଭବତୀ ଥିବା ଜଣାପଡିଥିଲା। ଘର ଲୋକେ ଗାଁରେ ବୈଠକ ଡାକିଥିଲେ। ନାବାଳିକାଙ୍କ କହିବା ଅନୁସାରେ ଜିତୁଙ୍କୁ ବିବାହ କରିବା ପାଇଁ କୁହାଯିବାରୁ ସେ ପ୍ରତ୍ୟଖାନ କରିଥିଲେ। ପରେ ପୀଡ଼ିତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୮୩/୨୦୧୮) ରୁଜୁ କରି ଜିତୁଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ଏକବର୍ଷ ଜେଲରେ ରହିବା ପରେ ତାଙ୍କୁ ଜାମିନ ମିଳିଥିଲା। ତତ୍କାଳୀନ ତଦନ୍ତକାରୀ ଅଧିକାରୀ ପ୍ରଭାତ ସାହୁ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୧୫ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତ ଜିତୁ ମଧ୍ୟ କୋର୍ଟରେ ହାଜର ହୋଇଥିଲେ। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri