ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ କରାଯାଇଥିବା ଏକାଧିକ ଆବେଦନର ଶୁଣାଣି କରି ରାୟକୁ ମଙ୍ଗଳବାର କୋର୍ଟ ସ୍ଥଗିତ ରଖିଛନ୍ତି। ବିଚାରପତି ଅଶୋକ ଭୂଷଣ, ଆର୍‌. ସୁବାସ ରେଡ୍ଡୀ ଏବଂ ଏମ୍‌. ଆର୍‌. ଶାହଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ସମସ୍ତ ପକ୍ଷଙ୍କୁ ଆସନ୍ତା ୩ଦିନ ମଧ୍ୟରେ ଲିଖିତ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା ସରକାରଙ୍କ ପକ୍ଷରୁ ୟୁଜିସି ନିର୍ଦ୍ଦେଶନାମାକୁ ବିରୋଧ କରାଯାଇ ସୁପ୍ରିମ୍‌କୋର୍ଟରେ ମାମଲା ରୁଜୁ କରାଯାଇଛି। ରାଜ୍ୟରେ ଏବେ କରୋନା ଉଦ୍‌ବେଗଜନକ ସ୍ଥିତିରେ ରହିଛି। ଏଭଳି ଅବସ୍ଥାରେ ୟୁଜିସି ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶନାମା ଅନୁସାରେ ପରୀକ୍ଷା କରିବା ସମ୍ଭବ ହେବ ନାହିଁ ବୋଲି ଆଡ୍‌ଭୋକେଟ ଜେନେରାଲ ଅଶୋକ ପରିଜା ନିଜର ମତ ରଖିଛନ୍ତି। ବର୍ତ୍ତମାନ ସ୍ଥିତିରେ କଲେଜଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରମାନେ ସେମାନଙ୍କ ନିଜ ଗ୍ରାମକୁ ଫେରି ଯାଇଛନ୍ତି। ରାଜ୍ୟର ଅନେକ ସ୍ଥାନରେ ପିଲାମାନେ ଇଣ୍ଟରନେଟ ସୁବିଧା ପାଇପାରୁ ନାହାନ୍ତି। ଏପରି କି ହଷ୍ଟେଲଗୁଡ଼ିକ ବନ୍ଦ ଥିବା କାରଣରୁ ପିଲାମାନେ କଲେଜକୁ ମଧ୍ୟ ଫେରିପାରୁ ନାହାନ୍ତି। ୟୁଜିସି ଦେଇଥିବା ନିର୍ଦ୍ଦେଶନାମା ସ୍ବାଭାବିକ ସ୍ଥିତି ପାଇଁ ଠିକ୍‌ ଅଛି, ହେଲେ କରୋନା ଭଳି ସ୍ଥିତିରେ ପରୀକ୍ଷା କରିବା ସମ୍ଭବ ନୁହେଁ ବୋଲି ପରିଜା କହିଛନ୍ତି।
ଯଦି ୟୁଜିସି ସ୍ବଚ୍ଛତାରେ ପରୀକ୍ଷା କରିବାକୁ ଚାହୁଁଛନ୍ତି, ତେବେ ସେହି ଅନୁସାରେ ଗାଇଡ୍‌ଲାଇନ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ପରିଜା କହିଛନ୍ତି। ଅପରପକ୍ଷରେ ୟୁଜିସି ପରୀକ୍ଷା ତାରିଖକୁ ଘୁଞ୍ଚାଇ ପାରିବେ କିନ୍ତୁ ବିନା ପରୀକ୍ଷାରେ କାହାକୁ ଡିଗ୍ରୀ ସାର୍ଟିଫିକେଟ ଦେଇପାରିବେ ନାହିଁ ବୋଲି ସଲିସିଟର ଜେନେରାଲ୍‌ ତୁଷାର ମେହେଟ୍ଟା କହିଛନ୍ତି। ପ୍ରକାଶ ଯେ, ଗତ ଜୁଲାଇ ୬ରେ ୟୁଜିସି ଦେଶର ୯୦୦ ବିଶ୍ୱବିଦ୍ୟାଳୟକୁ ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷ ପରୀକ୍ଷାକୁ ଅନ୍‌ଲାଇନ୍‌ କିମ୍ବା ଅଫ୍‌ଲାଇନରେ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହି ନିର୍ଦ୍ଦେଶନାମାକୁ ଓଡ଼ିଶା, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଏବଂ ଦିଲ୍ଲୀ ସରକାର ବିରୋଧ କରିବା ସୟ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri