ଦଶମ ଛାତ୍ରୀ ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ

କେନ୍ଦୁଝର,୧୩।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। କୋର୍ଟ କାଞ୍ଜିପାଣି ଥାନା ଅଧୀନ ବୁଢିଘର ଗ୍ରାମର ଅଭିଯୁକ୍ତ ମୁରଲୀଧର ଜୁଆଙ୍ଗ(୨୦)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ୨୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଭିଯୁକ୍ତଙ୍କୁ ଅଧିକ ୬ମାସ କାରାଦଣ୍ଡ ଶୁଣାଇଛନ୍ତି। ସେହିପରି ପୀଡିତାଙ୍କୁ ୮ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ୨୦୨୨ରେ ପୀଡ଼ିତା ଦଶମ ଶ୍ରେଣୀର ପଢୁଥିଲେ। ସେ ଖରାଛୁଟିରେ ହଷ୍ଟେଲରୁ ଗଁାକୁ ଆସିଥିଲେ। ହେଲେ ଦିନେ ପୀଡ଼ିତାଙ୍କୁ ଏକୁଟିଆ ପାଇ ମୁରଲୀଧର ଜୋରଜବରଦସ୍ତ ବଳାତ୍କାର କରିଥିଲେ। ଏପରିକି ଘଟଣା ସଂକ୍ରାନ୍ତରେ ଜଣାଇଲେ ଜୀବନରେ ମାରି ଦେବାକୁ ମଧ୍ୟ ଧମକ ଦେଇଥିଲେ । ଏଣୁ ଭୟରେ ନାବାଳିକା ଘରେ ଜଣାଇ ନ ଥିଲେ। ହେଲେ ସ୍କୁଲ ଖୋଲିବା ପରେ ସେ ହଷ୍ଟେଲକୁ ଯାଇଥିଲେ। ହଷ୍ଟେଲ ଓ୍ବାର୍ଡେନ ଛାତ୍ରୀଙ୍କ ଶାରୀରିକ ପରିବର୍ତ୍ତନ ଦେଖି ନାବାଳିକାଙ୍କ ମା’ ବାପାଙ୍କୁ ସ୍କୁଲକୁ ଡାକିଥିଲେ। ସେତିକିବେଳେ ନାବାଳିକା ଘଟଣା ସମ୍ପର୍କରେ କହିଥିଲେ। ପରେ ନାବାଳିକାଙ୍କ ଡାକ୍ତରୀ ପରୀକ୍ଷା ପରେ ସେ ଗର୍ଭବତୀ ଥିବା ଡାକ୍ତର କହିଥିଲେ। ଏନେଇ ନାବାଳିକା ଜଣକ କାଞ୍ଜିପାଣି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୩୨/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଧରି ଡାକ୍ତରୀମାଇନା କରାଇଥିଲା। ଅଭିଯୁକ୍ତ ମୁରଲୀଧରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ୧୨ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଉକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri