ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ, ପ୍ରେମିକ: ଆସିଲା କୋର୍ଟଙ୍କ ରାୟ

ସୁନ୍ଦରଗଡ,୨୯।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ବ୍ରାହ୍ମଣପଡା ଗତିକୃଷ୍ଣ ପୁରୋହିତ ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଏହି ମାମଲାର ଶୁଣାଣି କରି ମୃତକଙ୍କ ସ୍ତ୍ରୀ ସୀତୁ ପଣ୍ଡା (୩୭) ଓ ପଡୋଶୀ ଛତିଶଗଡ ରାଜ୍ୟ ରାୟଗଡ ଜିଲା ଚକ୍ରଧରନଗର ଥାନା ଜାମଗାଁର ତାଙ୍କ ପ୍ରେମିକ ବିଶ୍ବରଞ୍ଜନ ଗୁପ୍ତା(୪୩)ଙ୍କୁ ଆଇପିସିର ଦଫା ୩୦୨, ୨୦୧, ୧୨୦-ଖରେ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ କାରାଦଣ୍ଡଦେଶ ଶୁଣାଇଛନ୍ତି। ଏଥିସହିତ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଗତିକୃଷ୍ଣଙ୍କ ନାବାଳିକା ଝିଅଙ୍କୁ ପ୍ରଦାନ ପାଇଁ ଜିଲା ଆଇନସେବା ପ୍ରାଧିକରଣ ସଚିବଙ୍କୁ ଆଦେଶ କରିଛନ୍ତି।

ମାମଲାର ରାୟ ବିବରଣୀରୁ ପ୍ରକାଶ, ବ୍ରାହ୍ମଣପଡାର ଗତିକୃଷ୍ଣଙ୍କ ସ୍ତ୍ରୀ ସୀତୁ ପଣ୍ଡାଙ୍କର ବିଶ୍ବ ରଞ୍ଜନ ସହ ବିବାହ ପୂର୍ବରୁ ପ୍ରେମସମ୍ପର୍କ ଥିଲା। ବିବାହ ପରେ ମଧ୍ୟ ବିଶ୍ବ ରଞ୍ଜନ ନିୟମିତ ବ୍ୟବଧାନରେ ସୁନ୍ଦରଗଡ ଆସି ତାଙ୍କ ସହ ମିଳାମିଶା କରୁଥିଲେ। ଦୁହେଁ ଗତିକୃଷ୍ଣଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ।

ଯୋଜନା ମୁତାବକ, ବିଶ୍ବରଞ୍ଜନ ଗତିକୃଷ୍ଣଙ୍କୁ ଏକ ଢାବାକୁ ଖାଇଯିବାକୁ ଡାକି ନେଇ ରାସ୍ତାରେ ଛୁରି ଭୁସି ହତ୍ୟା କରିଥିଲେ। ପରେ ଏକ ଟାଟା ମ୍ୟାଜିକ ଗାଡିରେ ହେମଗିରି ଥାନା ଅଧୀନ ଧନୁ ବାଉଁଶ ଜଙ୍ଗଲରେ ପୋତି ଦେଇଥିଲେ।

ପୋଲିସ ତଦନ୍ତ ସମୟରେ ମୋବାଇଲ ଫୋନକଲ ରେକର୍ଡରୁ ଏହି ହତ୍ୟା ମାମଲାର ଖିଅ ପାଇ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା। ତତ୍କାଳୀନ ଥାନା ଅଧିକାରୀ ସୁନ୍ଦରଗଡ ଟାଉନ ଥାନାରେ ଏକ ମାମଲା( ନଂ. ୧୩୦/୨୦୧୩)ରୁଜୁ କରି ତଦନ୍ତ କରିଥିଲେ।

୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ୨୮ ଗୋଟି ଦସ୍ତାବିଜ, ସରକାରୀ ଓକିଲଙ୍କ ଦୃଢ ଯୁକ୍ତି ଭିତ୍ତିରେ ଜିଲା ଦୌରା ଜଜ ପଟ୍ଟନାୟକ ଦଫା ୩୦୨ ଅନୁଯାୟୀ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ତରଫରୁ ଏହି କେସ୍‌କୁ ଜିଲା ସରକାରୀ ଓକିଲ ଦିଲୀପ କୁମାର ମୁର୍ମୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri