ନୂତନ ୮୨୦୦ ଇଭିଏମ୍‌ର ଯାଞ୍ଚ ଆରମ୍ଭ

ପୁରୀ ଅଫିସ, ୧୧।୪: ଆଗାମୀ ୨୦୨୪ ମସିହାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ହାଇଦ୍ରାବାଦସ୍ଥିତ ଇସିଆଇଏଲ୍‌ କମ୍ପାନୀରୁ ୮୨୦୦ଟି ନୂତନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଗତ ୪ତାରିଖରେ କଡ଼ା ସୁରକ୍ଷା ମଧ୍ୟରେ ଆସି ପୁରୀରେ ପହଞ୍ଚତ୍ଥିଲା। ୪୧୦୦ ବାଲାଟ ୟୁନିଟ ଓ ୪୧୦୦ କଣ୍ଟ୍ରୋଲ ୟୁନିଟ ପୁରୀରେ ପହଞ୍ଚତ୍ିବା ପରେ ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ପେଣ୍ଠକଟାସ୍ଥିତ ଇଭିଏମ୍‌ ଗୋଦାମରେ ରଖାଯାଇଛି। ସୋମବାର ଏହି ମେଶିନଗୁଡ଼ିକର ଟେଷ୍ଟିଂ ଆରମ୍ଭ ହୋଇଛି। ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ଏହି ଟେଷ୍ଟିଂ ପ୍ରକ୍ରିୟାକୁ ଅନୁଧ୍ୟାନ କରିଛନ୍ତି। ନୋଡାଲ ଅଫିସର ତଥା ପିକେଡିଏ ସେକ୍ରେଟାରୀ ଲଲାଟେନ୍ଦୁ ସାହୁ, ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ଏବଂ ଓଡ଼ିଶା ପ୍ରଶାସନିକ ସେବାର ପ୍ରୋବେଶନର ଅଧିକାରୀମାନଙ୍କ ତତ୍ତ୍ୱାବଧାନରେ ୬୦ଟି ଟିମ୍‌ ମାଧ୍ୟମରେ ଏହି ଟେଷ୍ଟିଂ କରାଯାଉଛି। ଇସିଆଇଏଲ୍‌ର ସେକ୍ସନ ଅଧିକାରୀ ପୱନ କୁମାର ଭଟ୍ଟ ସୁପରଭାଇଜିଂ ଅଧିକାରୀ ଭାବେ ଯୋଗଦେଇ ମେଶିନଗୁଡ଼ିିକର କାର୍ଯ୍ୟଦକ୍ଷତା ସମ୍ପର୍କରେ ବୁଝାଇବା ସହ ସମସ୍ୟାର ସମାଧାନ କରିବାକୁ ଉପସ୍ଥିତ ରହିଛନ୍ତି। ନୂଆ ମେଶିନ ଆସିଲେ ତାହାର କାର୍ଯ୍ୟକାରିତା ଜାଣିବା ପାଇଁ ଟେଷ୍ଟିଂ କରାଯିବା ଏକ ନିୟମିତ ଓ ସ୍ବାଭାବିକ ପ୍ରକ୍ରିୟା। ଟେଷ୍ଟିଂରେ ଯେଉଁ ମେଶିନରେ ସମସ୍ୟା ଥିବ ତାହାକୁ ଇସିଆଇଏଲର ଇଞ୍ଜିନିୟରମାନେ ସମାଧାନ କରିବେ ବୋଲି ଅତିରିକ୍ତ ଜିଲାପାଳ ସାହୁ କହିଛନ୍ତି। ସେ ଆହୁରି କହିଛନ୍ତି, ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ନୂତନ ଇଭିଏମ୍‌ଗୁଡ଼ିକର ପରୀକ୍ଷା କରାଯାଉଛି। ମେଶିିନ୍‌ ସବୁ ଠିକ୍‌ ଭାବେ କାର୍ଯ୍ୟ କରୁଛି କି ନାହିଁ ଇତ୍ୟାଦି ଯାଞ୍ଚ କରାଯିବ। ଏହାପରେ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟକୁ ରିପୋର୍ଟ ପଠାଯିବ। ଏହି ଟେଷ୍ଟିଂ ଆସନ୍ତା ୪-୫ ଦିନ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ଜିଲାର ୧୦ ଜଣ ଅଧିକାରୀ ଓ ୬୨ କର୍ମଚାରୀ ସାମିଲ ଥିବାବେଳେ ପିକେଡିଏ ସେକ୍ରେଟାରୀ ନୋଡାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri