Posted inଖେଳ

ଇମିଲିଆ ରୋମାଗ୍ନା ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ଇମୋଲା (ଇଟାଲି), ୧୯ା୪-ରେଡବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଇମିଲିଆ ରୋମାଗ୍ନା ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି କାର୍‌ ରେସ୍‌ ଜିତିଛନ୍ତି। ଚଳିତବର୍ଷ ଏହା ତାଙ୍କର ପ୍ରଥମ ଏବଂ କ୍ୟାରିୟରର ୧୧ତମ ଟାଇଟଲ ବିଜୟ। ରେସ୍‌ ଆରମ୍ଭରେ ରେଡ୍‌ ଫ୍ଲାଗ୍‌ ଯୋଗୁ ସେ କିଛିଟା ନର୍ଭସ ହୋଇଯାଇଥିଲେ, ମାତ୍ର ପରେ ତ୍ରୁଟିହୀନ ଡ୍ରାଇଭିଂ ସହ ୨୨ ସେକେଣ୍ଡ ବ୍ୟବଧାନରେ ରେସ୍‌ ଜିତିଥିଲେ। ମର୍ସିଡିଜର ଲୁଇସ୍‌ ହାମିଲଟନ ଦ୍ୱିତୀୟ ଓ ମ୍ୟାକ ଲରେନର ଲାଣ୍ଡୋ ନୋରିସ ତୃତୀୟ ହୋଇଥିଲେ। ଫେରାରିର ଦୁଇ ଡ୍ରାଇଭର ଚାଲର୍‌ସ ଲେକ୍‌ରେକ୍‌ ଓ କାର୍ଲୋସ ସେଞ୍ଜ ଜୁନିୟର ଯଥାକ୍ରମେ ୪ର୍ଥ ଓ ୫ମ ସ୍ଥାନ ଅଧିକାର କରିଥିଲେ। ନୋରିସଙ୍କ ଟିମ୍‌ମେଟ ଡାନିଏଲ ରିକାର୍ଡୋ ଓ ଆଷ୍ଟନ ମାର୍ଟିନର ଲାନ୍ସ ଷ୍ଟ୍ରୋଲ୍‌ ୬ଷ୍ଠ ଓ ୭ମରେ ରହିଥିଲେ। ପିଏରେ ଗାସ୍‌ଲି (ଆଲ୍‌ଫା ତୌରି), କିମି ରାଇକୋନେନ (ଆଲ୍‌ଫା ରୋମିଓ) ଓ ଏଷ୍ଟିବାନ ଓକନ (ଆଲ୍‌ପାଇନ୍‌) ଯଥାକ୍ରମେ ୮ମ, ୯ମ ଓ ୧୦ମ ହୋଇଥିଲେ। ରବିବାର ରେସ୍‌ ଆରମ୍ଭରେ ବର୍ଷା ହୋଇଥିଲା। ବିଭିନ୍ନ କାରଣରୁ ଭାଲଟେରି ବୋଟାସ, ସେବାଷ୍ଟିଆନ ଭେଟେଲ, ଜର୍ଜ ରସେଲ ଓ ନିକୋଲାସ ଲତିଫି ରେସ୍‌ ଶେଷ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri