Posted inଖେଳ

ସିଜନ ଶେଷ ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ୟାସ୍‌ ଆଇଲାଣ୍ଡ (ଆବୁଧାବି), ୧୪ା୧୨ (ଏପି)-ରେଡବୁଲ୍‌ ଡ୍ରାଇଭର ମାକ୍ସ ଭର୍ଷ୍ଟାପେନ୍‌ ସିଜନ ଶେଷ ଆବୁଧାବି ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ରେସ୍‌ରେ ସେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଥିଲେ। ସିଜନର ସେ ଦ୍ୱିତୀୟ ଏବଂ କ୍ୟାରିୟରର ୧୦ମ ବିଜୟ ହାସଲ କରିଛନ୍ତି। ଭାଲଟେରି ବୋଟାସଙ୍କଠାରୁ ସେ ୧୬ ସେକେଣ୍ଡ ଏବଂ ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କଠାରୁ ସେ ୧୮.୪ ସେକେଣ୍ଡ ଆଗୁଆ ରେସ୍‌ ଶେଷ କରିଥିଲେ। ମର୍ସିଡିଜ୍‌ର ଉଭୟ ଡ୍ରାଇଭରଙ୍କ ବିପକ୍ଷରେ ରେଡ୍‌ବୁଲ୍‌ର ଏହା ଏକ ବିରଳ ସଫଳତା। ମ୍ୟାକ୍‌ଲରେନର ଲାଣ୍ଡୋ ନୋରିସ୍‌ଙ୍କ ଆଗରେ ରେଡ୍‌ବୁଲ୍‌ର ଆଲେକ୍‌ଜାଣ୍ଡର ଆଲ୍‌ବନ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ୨୩ବର୍ଷୀୟ ଭର୍ଷ୍ଟାପେନ୍‌ ଶନିବାର କ୍ୱାଲିଫାଇଂ ରେସ୍‌ରେ ପୋଲ୍‌ ପୋଜିଶନ ହାସଲ କରିଥିଲେ। ହାମିଲଟନ ଚଳିତ ସିଜନରେ ଅନୁଷ୍ଠିତ ୧୬ ରେସ୍‌ରୁ ୧୧ଟି ବିଜୟ ଲାଭ କରିଛନ୍ତି। କରୋନା ସଂକ୍ରମିତ ହେବାରୁ ସେ ଗତ ସପ୍ତାହରେ ବାହାରିନ୍‌ରେ ଅନୁଷ୍ଠିତ ସାଖୀର ଗ୍ରାଁ ପ୍ରିରେ ଭାଗ ନେଇପାରି ନ ଥିଲେ। ଫଳରେ ଗୋଟିଏ ସିଜନରେ ସର୍ବାଧିକ ୧୩ ରେସ୍‌ ଜିତି ସେବାଷ୍ଟିଆନ ଭେଟେଲ କରିଥିବା ରେକର୍ଡର ସେ ସମକକ୍ଷ ହେବା ସୁଯୋଗ ହରାଇଛନ୍ତି। ଭେଟେଲ ୨୦୧୩ରେ ରେଡ୍‌ବୁଲ୍‌ ଟିମ୍‌ରେ ଥିବାବେଳେ ଏହି ରେକର୍ଡ ପ୍ରତିଷ୍ଠା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri