Posted inଖେଳ

ମୋହନ ବାଗାନକୁ ଆଜି ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୭।୧୧(ତପନ ସ୍ବାଇଁ): ଚଳିତ ଏଏଫ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍‌ସି ସୋମବାର ମୋହନ ବାଗାନ ସୁପର ଜାଏଣ୍ଟକୁ ଭେଟିବ। କୋଲକାତାର ବିବେକାନନ୍ଦ ଯୁବ ଭାରତୀ କ୍ରୀଡ଼ାଙ୍ଗନ (ଭିଓ୍ବାଇବିକେ)ରେ ଗ୍ରୁପ୍‌ ‘ଡି’ର ଏହି ମ୍ୟାଚ ସନ୍ଧ୍ୟା ୭ଟା ୩୦ରେ ଆରମ୍ଭ ହେବ। ଓଡ଼ିଶା ଏଫ୍‌ସି ନିକଟ ଅତୀତରେ ଉତ୍ସାହୀ ପ୍ରଦର୍ଶନ କରି ମାଜିୟା ଏସ୍‌ଆଣ୍ଡଆରସି ଦଳକୁ ଉଭୟ ଘରୋଇ ଏବଂ ବାହାର ପରିବେଶରେ ପରାସ୍ତ କରିଛି। ତେବେ ଏହା ପୂର୍ବରୁ ମୋହନ ବାଗାନ ବିପକ୍ଷରେ ହୋଇଥିବା ମୁକାବିଲାରେ ଓଏଫ୍‌ସି ୦-୪ ଗୋଲରେ ହାରି ଯାଇଥିଲା। ତେଣୁ ଆଗାମୀ ମ୍ୟାଚରେ ଦଳକୁ ସତର୍କତାର ସହ ଖେଳି ପୂର୍ବ ପରାଜୟର ମଧୁର ପ୍ରତିଶୋଧ ନେବା ପାଇଁ ସୁଯୋଗ ଆସିଛି। ଅନ୍ୟପକ୍ଷରେ ଗ୍ରୁପ୍‌ ‘ଡି’ରେ ପ୍ରଭାବୀ ପ୍ରଦର୍ଶନ ସହ ଅଭିଯାନ ଆରମ୍ଭ କରିଥିବା ମୋହନ ବାଗାନ ଗତ ମ୍ୟାଚରେ ବସୁନ୍ଧରା କିଙ୍ଗ୍ସଠାରୁ ୧-୨ ଗୋଲରେ ହାରିଯାଇଛି। ତେଣୁ ଓଡ଼ିଶା ବିପକ୍ଷ ମ୍ୟାଚ ଘରୋଇ ପରିବେଶରେ ଖେଳିବାକୁ ଯାଉଥିବାରୁ ଏହି ଦଳ ବିଜୟ ସହ ସଫଳ ପ୍ରତ୍ୟାବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିଛି। ଆଗାମୀ ମ୍ୟାଚରେ ଦଳର ଭଲ ପ୍ରଦର୍ଶନକୁ ନେଇ ଆଶା ରଖିଛନ୍ତି ଓଡ଼ିଶା ଏଫ୍‌ସି ମୁଖ୍ୟ କୋଚ୍‌ ସର୍ଗିଓ ଲୋବେରା ଓ ଖେଳାଳି ଲେନି ରୋଡ୍ରିଗ୍ବେଜ। ”ଆଗାମୀ ମ୍ୟାଚକୁ ଆମେ ଉତ୍ସାହର ସହ ଅପେକ୍ଷା କରିଛୁ। ଆହତ ସମସ୍ୟା ଏବଂ ଖେଳାଳି ସସପେଣ୍ଡ ଜନିତ ସ୍ଥିତି ଥିଲେ ମଧ୍ୟ ମୋହନ ବାଗାନ ଏକ ଉତ୍ତମ ଦଳ। ଆମେ ମ୍ୟାଚ ଶେଷ ପର୍ଯ୍ୟନ୍ତ ୧୧ ଖେଳାଳି ଯେପରି ପଡ଼ିଆରେ ରହିବେ ସେଥିପ୍ରତି ଦୃଷ୍ଟିଦେବୁ। କାରଣ ମୋହନବାଗାନ ବିପକ୍ଷ ପୂର୍ବ ମ୍ୟାଚର ଦ୍ୱିତୀୟାର୍ଦ୍ଧରେ ଆମକୁ ୧୦ ଜଣିଆରେ ଖେଳିବାକୁ ପଡ଼ିଥିଲା। ଯାହାକି ଆମକୁ କଷ୍ଟକର ପରିସ୍ଥିତିରେ ପକାଇଥିଲା। ତେବେ ଆମେ ଆଗାମୀ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ“ ବୋଲି ରବିବାର ଅନୁଷ୍ଠିତ ପ୍ରି-ମ୍ୟାଚ ଖବରଦାତା ସମ୍ମିଳନୀରେ ଲୋବେରା ପ୍ରକାଶ କରିଛନ୍ତି। ସେହିପରି ଶ୍ରେଷ୍ଠ ପ୍ରଦର୍ଶନ ଦେଇ ୩ ପଏଣ୍ଟ ହାସଲ କରିବା ଆମର ମୁଖ୍ୟ ଲକ୍ଷ୍ୟ ହେବ ବୋଲି ଲେନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri