Posted inଖେଳ

ଭର୍ଷ୍ଟାପେନ୍‌ଙ୍କ ୧୪ତମ ବିଜୟ

ଲୋସେଲ୍‌(କାତାର), ୧୦ା୧୦: ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ପୁଣି ଫର୍ମୁଲା ଓ୍ବାନ ଚାମ୍ପିୟନ ହୋଇଛନ୍ତି। ରବିବାର ସେ କାତାର ଗ୍ରାଁପ୍ରି ଜିତିଛନ୍ତି। ୨୦୨୩ ସିଜନରେ ଏହା ହେଉଛି ତାଙ୍କର ୧୪ତମ ଗ୍ରାଁପ୍ରି ବିଜୟ। ଶନିବାର ଅନୁଷ୍ଠିତ ସ୍ପ୍ରିଣ୍ଟ ରେସ୍‌ରେ ସେ ତାଙ୍କର ତୃତୀୟ ଟାଇଟଲ ହାସଲ କରିସାରିଥିଲେ। ରେଡ୍‌ବୁଲ ଡ୍ରାଇଭର ପୋଲ୍‌ ପୋଜିଶନରୁ ରେସ୍‌ ଆରମ୍ଭ କରିଥିଲେ। ପ୍ରଥମ କର୍ନରରେ ମର୍ସିଡିଜ୍‌ର ଦୁଇ ଡ୍ରାଇଭର ଲୁଇସ୍‌ ହାମିଲଟନ ଓ ଜର୍ଜ ରସେଲଙ୍କ ମଧ୍ୟରେ ସଂଘର୍ଷ ଘଟିବା ପରେ ଭର୍ଷ୍ଟାପେନ୍‌ଙ୍କ ପାଇଁ ବିଜୟ ପଥ ସହଜ ହୋଇଯାଇଥିଲା। ମ୍ୟାକଲରେନର ଓସ୍କାର ପିଆଷ୍ଟ୍ରି ଓ ଲାଣ୍ଡୋ ନୋରିସ ଯଥାକ୍ରମେ ପଛକୁ ପଛ ଦ୍ୱିତୀୟ ଓ ତୃତୀୟ ହୋଇଥିଲେ। ଦୁଇ ସପ୍ତାହ ପୂର୍ବେ ଜାପାନିଜ ଗ୍ରାଁପ୍ରିରେ କ୍ୟାରିୟରର ପ୍ରଥମ ପୋଡିୟମ ଫିନିଶ କରିଥିବା ଅଷ୍ଟ୍ରେଲିଆର ସ୍ବଳ୍ପ ବୟସ୍କ ଡ୍ରାଇଭର ପିଆଷ୍ଟ୍ରି ଏଠାରେ ମଧ୍ୟ ଭଲ ପ୍ରଦର୍ଶନ କରାଇଥିଲେ। ଶନିବାର ସେ କାତାର ସ୍ପ୍ରିଣ୍ଟ ରେସ୍‌ରେ ବିଜୟ ଲାଭ କରିଥିଲେ, ଯେଉଁଥିରେ ଭର୍ଷ୍ଟାପେନ୍‌ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ ମଧ୍ୟ ଚଳିତ ସିଜନର ଟାଇଟଲ ବିଜୟୀ ହୋଇଥିଲେ। ଚଳିତ ସିଜନରେ ଆଉ ଦୁଇଟି ରେସ୍‌ ୟୁନାଇଟେଡ୍‌ ଷ୍ଟେଟ୍ସ ଗ୍ରାଁ ପ୍ରି (ଅକ୍ଟୋବର ୨୦-୨୨) ଓ ମେକ୍ସିକାନ ଗ୍ରାଁ ପ୍ରି (ଅକ୍ଟୋବର ୨୭-୨୯) ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri