Posted inଖେଳ

ଭର୍ଷ୍ଟାପେନ୍‌ଙ୍କୁ ପ୍ରଥମ ଅଷ୍ଟ୍ରେଲିଆନ ଗ୍ରାଁ ପ୍ରି ଟାଇଟଲ

ମେଲବୋର୍ନ, ୩ା୪(ପି.ଟି.): ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ତାଙ୍କ କ୍ୟାରିୟରରେ ପ୍ରଥମଥର ଅଷ୍ଟ୍ରେଲିଆନ୍‌ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିବାରେ ସଫଳ ହୋଇଛନ୍ତି। ୨୦୧୧ ପରେ ରେଡ୍‌ବୁଲ୍‌ ଟିମ୍‌ର ମଧ୍ୟ ଏହା ପ୍ରଥମ ସଫଳତା। ରବିବାର ସ୍ଥାନୀୟ ଆଲବର୍ଟ ପାର୍କଠାରେ ଅନୁଷ୍ଠିତ ଏହି ରେସ୍‌ ବେଶ୍‌ ସଂଘର୍ଷପୂର୍ଣ୍ଣ ଥିଲା। ୭ଥର ବିଶ୍ୱଚାମ୍ପିୟନ ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ଚମତ୍କାର ଡ୍ରାଇଭ୍‌ କରି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ପୋଡିୟମରେ ତୃତୀୟ ସ୍ଥାନରେ ରହିଥିଲେ ଆଷ୍ଟନ ମାର୍ଟିନ୍‌ର ଫର୍ନାଣ୍ଡୋ ଆଲେଁାସୋ। ରେସ୍‌ରେ ଅଂଶଗ୍ରହଣ କରିଥିବା ୨୦ ଡ୍ରାଇଭରଙ୍କ ମଧ୍ୟରୁ ୧୨ଜଣ ରେସ୍‌ ଶେଷ କରିପାରିଥିଲେ।

ଅଷ୍ଟ୍ରେଲିଆର ଓସ୍କାର ପିଆଷ୍ଟ୍ରି ୮ମ ସ୍ଥାନ ଅଧିକାର କରିଥିବା ବେଳେ ମ୍ୟାକ୍‌ଲରେନ ଟିମ୍‌ ପାଇଁ ପ୍ରଥମ ଚାମ୍ପିୟନଶିପ୍‌ ପଏଣ୍ଟ ଆଣିଦେଇଥିଲେ। ରେସ୍‌ରେ ୪ର୍ଥ, ୫ମ, ୬ଷ୍ଠ ଓ ୭ମ ସ୍ଥାନରେ ଯଥାକ୍ରମେ ଲାନ୍ସ ଷ୍ଟ୍ରୋଲ(ଆଷ୍ଟନ ମାର୍ଟିନ), ସର୍ଗିଓ ପେରେଜ(ରେଡ୍‌ବୁଲ୍‌), ଲାଣ୍ଡୋ ନୋରିସ (ମ୍ୟାକ୍‌ଲରେନ) ଓ ନିକୋ ହକେନ୍‌ବର୍ଗ(ହାସ୍‌)। ସେହିପରି ଆଲ୍‌ଫା ରୋମିଓର ଜୋ ଗୁଆନୟୁ ଏବଂ ଆଲ୍‌ଫା ତାଉରିର ୟୁକି ଟିସୁନୋଡା ୯ମ ଓ ୧୦ମ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?