ଡବ୍ଲ୍ୟୁଏସ୍‌ସିରେ ଆରମ୍ଭ ହେବ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେଶନ’ ପାଠ୍ୟକ୍ରମ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସାରା ବିଶ୍ୱରେ ଏଲିଭେଟର, ଏସ୍କାଲେଟର ଓ ଟ୍ରାଭେଲେଟର ପରି ଆଧୁନିକ ଯନ୍ତ୍ରର ଚାହିଦା ବଢ଼ିବାରେ ଲାଗିଛି। ତା’ ସାଙ୍ଗକୁ ଏ ସବୁର ପରିଚାଳନା ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ତଥା ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ମଧ୍ୟ ବଢୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର(ଡବ୍ଲୁୃଏସ୍‌ସି) ପକ୍ଷରୁ ‘ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌’ ଉପରେ ଏକ ନୂତନ ତାଲିମ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଫଳରେ ରାଜ୍ୟ ସରକାରଙ୍କ ‘ସ୍କିଲ୍‌ଡ ଇନ୍‌ ଓଡ଼ିଶା’ ପରିକଳ୍ପନା ଅଧୀନରେ ରାଜ୍ୟର ଯୁବବର୍ଗଙ୍କୁ ଏହି ଅତ୍ୟାଧୁନିକ ବିଷୟରେ ତାଲିମ ଦେଇ ସେମାନଙ୍କୁ ବିଶ୍ୱସ୍ତରୀୟ କ୍ୟାରିୟର ଗଢ଼ିବା ଲାଗି ପ୍ରସ୍ତୁତ କରାଯିବ। ୨୦୨୩-୨୪ ଶିକ୍ଷାବର୍ଷରୁ ଆରମ୍ଭ ହେବାକୁ ଯାଉଥିବା ଏହି ନୂତନ ପାଠ୍ୟକ୍ରମର ନାମ ରହିଛି ‘ଆଡ୍‌ଭାନ୍ସଡ୍‌ ସାର୍ଟିଫିକେଟ୍‌ ଇନ୍‌ ଫ୍ୟାସିଲିଟି ଟେକ୍ନୋଲୋଜି (ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍‌)। ସିଙ୍ଗାପୁର ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେଶନର (ଆଇଟିଇଇଏସ୍‌) ତତ୍ତ୍ୱାବଧାନରେ ଏହି ପାଠ୍ୟକ୍ରମର ପରିକଳ୍ପନା କରାଯାଇଛି। ଏହି ପାଠ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ସମ୍ପୃକ୍ତ ବିଷୟରେ ଆବଶ୍ୟକ ବୈଷୟିକ ଶିକ୍ଷା ଓ ତାଲିମ ଦିଆଯିବ। ଫଳରେ ସେମାନେ ଆଧୁନିକ ଲିଫ୍ଟ ଓ ଏସ୍କାଲେଟରର ସ୍ଥାପନା, ତାହାକୁ କାର୍ଯ୍ୟକ୍ଷମ କରିବା, ରକ୍ଷଣାବେକ୍ଷଣ, ମରାମତି ଓ ଯାଞ୍ଚ ଆଦି କାର୍ଯ୍ୟ କରିବାରେ ସକ୍ଷମ ହେବେ। ଏହା ସେମାନଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଆକର୍ଷଣୀୟ ନିଯୁକ୍ତିର ସୁଯୋଗ ଆଣିଦେଇପାରିବ। ବିଶ୍ୱ ଦକ୍ଷତା କେନ୍ଦ୍ରର ସ୍କୁଲ୍‌ ଅଫ୍‌ ଇଞ୍ଜିନିୟରିଂ ବିଭାଗ ଅଧୀନରେ ଥିବା ଏହି ୧ ବର୍ଷିଆ ପାଠ୍ୟକ୍ରମ ପାଇଁ ଆଇଟିଆଇ(୨ବର୍ଷିଆ) କିମ୍ବା ପଲିଟେକ୍‌ନିକ୍‌ରେ ଡିପ୍ଲୋମା କରିଥିବା ଓଡ଼ିଶାର ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ଏଠାରେ ଜୀବନ୍ତ ମଡେଲ ଜରିଆରେ ସିମୁଲେସନ ସହିତ ଭର୍ଟିକାଲ ଟେକ୍ନେଲୋଜିର ବିଭିନ୍ନ ଦିଗ ଉପରେ ଶିକ୍ଷା ଓ ତାଲିମ ଦିଆଯିବ। ଏଥିପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଲ୍ୟାବ୍‌ ପ୍ରତିଷ୍ଠା କରାଯାଇଛି। ଫଳରେ ଏହା ଏସ୍କାଲେଟର, ଏଲିଭେଟର ଏବଂ ଅନୁରୂପ ଯନ୍ତ୍ରର ସ୍ଥାପନା ଓ କାର୍ଯ୍ୟକାରିତା, ପରିଚାଳନା ଓ ରକ୍ଷଣାବେକ୍ଷଣ ଆଦି ବିଷୟରେ ତାଲିମ ଦେବାରେ ବିଶେଷ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri