ଭୁବନେଶ୍ୱର,୮।୮(ଅନୁରାଧା ମହାରଣା)- ରାଜ୍ୟରେ ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ ଜିଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ଜିଲାଗୁଡ଼ିକ ମଧ୍ୟରେ ଜଗତ୍ସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଥିବାରୁ ଏହି ଜିଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


