୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ୧୦ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ମାଲକାନଗିରି, ନବରଙ୍ଗପୁର, ବାଲେଶ୍ୱର, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ସମ୍ବଲପୁର, ସୋନପୁର, ଜବରଗଡ଼, ବୌଦ୍ଧ, ମୟୂରଭଞ୍ଜ ଏବଂ ଯାଜପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି କେନ୍ଦୁଝର, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଆଦି ଜିଲାରେ ବଜ୍ରପାତ ସହ ଝଟ୍‌କା ପବନ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

 


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri