ଅତିପ୍ରବଳ ବର୍ଷା ସମ୍ଭାବନା: ୪ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୩୦।୬: ରାଜ୍ୟରେ ପୁଣି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଏଥିସହ ଆସନ୍ତା ୫ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୪ ଜିଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ ୱାର୍ନିଂ ଜାରି ହୋଇଛି। ସେସବୁ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲାକୁ ଅରେଞ୍ଜ ଓ ୧୫ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ।

ଉପରମୁଣ୍ଡରେ ଥିବା ଝାଡ଼ଖଣ୍ଡ ଏବଂ ଓଡ଼ିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ପୁଣି ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଦେଖାଦେଇଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ତଳିଆ ଅଞ୍ଚଳକୁ ବନ୍ୟାଜଳ ମାଡ଼ିବାରେ ଲାଗିଛି। ସୁବର୍ଣ୍ଣରେଖାର ରାଜଘାଟଠାରେ ବିପଦ ସଙ୍କେତ ସ୍ତର ୧୦.୩୬ ମିଟର ଥିବାବେଳେ ରବିବାର ଅପରାହ୍ନ ୩ଟା ସୁଦ୍ଧା ଜଳସ୍ତର ୮.୪୧ ମିଟର ରହିଥିଲା। ସେହିପରି ବୁଢ଼ାବଳଙ୍ଗ ନଦୀରେ ଗୋବିନ୍ଦପୁରଠାରେ ବିପଦ ସଙ୍କେତ ସ୍ତର ୮.୧୩ ମିଟର ଥିବାବେଳେ ଜଳସ୍ତର ୬.୯୪ ମିଟର ରହିଛି। ତେବେ ଜଳକା ନଦୀରେ ମଥାନୀରେଠାରେ ବିପଦ ସଙ୍କେତ ସ୍ତର ୬.୫୦ ମିଟର ଥିବାବେଳେ ଏଠାରେ ଜଳସ୍ତର ୬.୬୫ ମିଟର ଉପରେ ପ୍ରବାହିତ ହେଉଥିବା ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅପରପକ୍ଷେ ଏସବୁ ନଦୀରେ ଜଳସ୍ତର ଯେପରି ବୃଦ୍ଧି ପାଇବାରେ ଲାଗିଛି ତାହାକୁ ନେଇ ବଡ଼ ବନ୍ୟା ଆଶଙ୍କା କରିଛନ୍ତି ବିଭାଗୀୟ ଅଧିକାରୀ। ସୁବର୍ଣ୍ଣରେଖାରେ ରବିବାର ରାତିରେ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେବାର ଆଶଙ୍କା ରହିଥିବାବେଳେ ବୁଢାବଳଙ୍ଗ ନଦୀରେ ସୋମବାର ସକାଳ ୯ଟା ସୁଦ୍ଧା ୮.୨୦ ମିଟର ବନ୍ୟାଜଳ ପ୍ରବାହିତ ହେବାର ଅନୁମାନ କରାଯାଉଛି। ତେଣୁ ସ୍ଥିତିର ମୁକାବିଲା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ରବିବାରଠାରୁ କ୍ଷେତ୍ର ପରିଦର୍ଶନ ସହ ବନ୍ୟା ସ୍ଥିତି ତଦାରଖ କରାଯାଉଛି। ଏଥିସହ ବିଭାଗର ସେଚ ସଦନଠାରେ ଥିବା ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ କାର୍ଯ୍ୟ କରୁଛି। ସେହିପରି ତଳିଆ ଅଞ୍ଚଳରେ ଥିବା ଲୋକମାନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର ଏବଂ ଆବଶ୍ୟକ ରିଲିଫ୍‌ କାର୍ଯ୍ୟ ପରିଚାଳନା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ କରାଯାଇଛି। କ୍ଷେତ୍ରସ୍ତରରେ ସ୍ଥିତି ଅନୁଧ୍ୟାନ ଓ ତଦାରଖ କରିବା ତଥା ସମ୍ଭାବ୍ୟ ବନ୍ୟା ସ୍ଥିତି ପରିଚାଳନାରେ ସହାୟତା ପାଇଁ ଜଳସମ୍ପଦ ବିଭାଗର ଜଣେ ସର୍ବୋଚ୍ଚ ଯନ୍ତ୍ରୀ ଏବଂ ଅନ୍ୟଜଣେ ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ଗସ୍ତ କରିଥିବା ସୂଚନା ଦିଆଯାଇଛି। ସେପଟେ ଜିଲାର ତଳିଆ ଅଞ୍ଚଳରେ ବନ୍ୟାପାଣି ମାଡିଯିବାରୁ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri