ଅତିପ୍ରବଳ ବର୍ଷା ସମ୍ଭାବନା: ୪ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୩୦।୬: ରାଜ୍ୟରେ ପୁଣି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଏଥିସହ ଆସନ୍ତା ୫ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୪ ଜିଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ ୱାର୍ନିଂ ଜାରି ହୋଇଛି। ସେସବୁ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲାକୁ ଅରେଞ୍ଜ ଓ ୧୫ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ।

ଉପରମୁଣ୍ଡରେ ଥିବା ଝାଡ଼ଖଣ୍ଡ ଏବଂ ଓଡ଼ିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ପୁଣି ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଦେଖାଦେଇଛି। ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ତଳିଆ ଅଞ୍ଚଳକୁ ବନ୍ୟାଜଳ ମାଡ଼ିବାରେ ଲାଗିଛି। ସୁବର୍ଣ୍ଣରେଖାର ରାଜଘାଟଠାରେ ବିପଦ ସଙ୍କେତ ସ୍ତର ୧୦.୩୬ ମିଟର ଥିବାବେଳେ ରବିବାର ଅପରାହ୍ନ ୩ଟା ସୁଦ୍ଧା ଜଳସ୍ତର ୮.୪୧ ମିଟର ରହିଥିଲା। ସେହିପରି ବୁଢ଼ାବଳଙ୍ଗ ନଦୀରେ ଗୋବିନ୍ଦପୁରଠାରେ ବିପଦ ସଙ୍କେତ ସ୍ତର ୮.୧୩ ମିଟର ଥିବାବେଳେ ଜଳସ୍ତର ୬.୯୪ ମିଟର ରହିଛି। ତେବେ ଜଳକା ନଦୀରେ ମଥାନୀରେଠାରେ ବିପଦ ସଙ୍କେତ ସ୍ତର ୬.୫୦ ମିଟର ଥିବାବେଳେ ଏଠାରେ ଜଳସ୍ତର ୬.୬୫ ମିଟର ଉପରେ ପ୍ରବାହିତ ହେଉଥିବା ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅପରପକ୍ଷେ ଏସବୁ ନଦୀରେ ଜଳସ୍ତର ଯେପରି ବୃଦ୍ଧି ପାଇବାରେ ଲାଗିଛି ତାହାକୁ ନେଇ ବଡ଼ ବନ୍ୟା ଆଶଙ୍କା କରିଛନ୍ତି ବିଭାଗୀୟ ଅଧିକାରୀ। ସୁବର୍ଣ୍ଣରେଖାରେ ରବିବାର ରାତିରେ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେବାର ଆଶଙ୍କା ରହିଥିବାବେଳେ ବୁଢାବଳଙ୍ଗ ନଦୀରେ ସୋମବାର ସକାଳ ୯ଟା ସୁଦ୍ଧା ୮.୨୦ ମିଟର ବନ୍ୟାଜଳ ପ୍ରବାହିତ ହେବାର ଅନୁମାନ କରାଯାଉଛି। ତେଣୁ ସ୍ଥିତିର ମୁକାବିଲା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ରବିବାରଠାରୁ କ୍ଷେତ୍ର ପରିଦର୍ଶନ ସହ ବନ୍ୟା ସ୍ଥିତି ତଦାରଖ କରାଯାଉଛି। ଏଥିସହ ବିଭାଗର ସେଚ ସଦନଠାରେ ଥିବା ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ କାର୍ଯ୍ୟ କରୁଛି। ସେହିପରି ତଳିଆ ଅଞ୍ଚଳରେ ଥିବା ଲୋକମାନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର ଏବଂ ଆବଶ୍ୟକ ରିଲିଫ୍‌ କାର୍ଯ୍ୟ ପରିଚାଳନା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ କରାଯାଇଛି। କ୍ଷେତ୍ରସ୍ତରରେ ସ୍ଥିତି ଅନୁଧ୍ୟାନ ଓ ତଦାରଖ କରିବା ତଥା ସମ୍ଭାବ୍ୟ ବନ୍ୟା ସ୍ଥିତି ପରିଚାଳନାରେ ସହାୟତା ପାଇଁ ଜଳସମ୍ପଦ ବିଭାଗର ଜଣେ ସର୍ବୋଚ୍ଚ ଯନ୍ତ୍ରୀ ଏବଂ ଅନ୍ୟଜଣେ ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ଗସ୍ତ କରିଥିବା ସୂଚନା ଦିଆଯାଇଛି। ସେପଟେ ଜିଲାର ତଳିଆ ଅଞ୍ଚଳରେ ବନ୍ୟାପାଣି ମାଡିଯିବାରୁ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri