ଅତି ପ୍ରବଳ ବର୍ଷା ସମ୍ଭାବନା : ଏହି ଜିଲାରେ ୪୦-୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର, ୨୭ା୯: ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଦିଗକୁ ଗତିକରି ୨୭ ତାରିଖ ଶନିବାର ସକାଳେ ପୁରୀ ଏବଂ କଳିଙ୍ଗପଟନମ୍‌ ମଧ୍ୟରେ ଗୋପାଳପୁର ନିକଟ ଦେଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ନବରଙ୍ଗପୁର ଜିଲାର କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସହିତ ୪୦-୫୦ କି.ମି. ବେଗରେ ପବନ ହେବା ସହ ମଝିରେ ମଝିରେ ୬୦କି.ମି. ବେଗରେ ଝଟ୍‌କା ପବନ ବହିବ। ସେହିପରି କୋରାପୁଟ, ମାଲକାନାଗିରି, ରାୟଗଡା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୮ ତାରିଖରେ ଅବପାତ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବା ପରେ ରାଜ୍ୟରେ ବର୍ଷାର ବିସ୍ତୃତି କମିବ। ଏହାସତ୍ତ୍ୱେ ୧୨ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ମୁଖ୍ୟତଃ ଉତ୍ତର ଓ କେନ୍ଦ୍ରୀୟ ଉପକୂଳବର୍ତ୍ତୀ ଜିଲାକୁ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୯ ତାରିଖରୁ ରାଜ୍ୟରେ ବର୍ଷା କମିବ। ହେଲେ ଅକ୍ଟୋବର ୧ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଅପରପକ୍ଷେ ଅବପାତ ପ୍ରଭାବରେ ଶୁକ୍ରବାର ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବାବେଳେ ୯ ଜିଲାରେ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ସର୍ବାଧିକ ୬.୩ ମି.ମି ବର୍ଷା ହୋଇଛି। ସେହିପରି ଭଦ୍ରକ ଜିଲାର ଚାନ୍ଦବାଲି, କେନ୍ଦ୍ରାପଡ଼ା ଜିଲାର ଆଳି, ଯାଜପୁର ଜିଲାର ବିଞ୍ଝାରପୁର, କଟକ ଜିଲାର ମାହାଙ୍ଗା ଓ କଟକ ସମେତ ଢେଙ୍କାନାଳ, ନୟାଗଡ, ରାୟଗଡା, ନୂଆପଡ଼ା, ବରଗଡ଼ ଓ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri