ଅତି ପ୍ରବଳ ବର୍ଷା: ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୦ା୭(ଅନୁରାଧା ମହାରଣା)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ବୁଧବାର ଭଦ୍ରକରେ ସର୍ବାଧିକ ୪୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁରରେ ୨୫ ମିମି. ଚାନ୍ଦବାଲିରେ ୨୪.୪ ମିମି, କେନ୍ଦୁଝରରେ ୮.୮ ମିମି, ବାରିପଦାରେ ୫.୮ ମିମି, କେନ୍ଦ୍ରାପଡ଼ାରେ ୬ ମିମି ଏବଂ ବାଲେଶ୍ୱରରେ ୩ ମିମି ବର୍ଷା ହୋଇଛି। ଗୁରୁବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ବଜ୍ରପାତ ପାଇଁ ସତର୍କ ରହିବାକୁ କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅଗଷ୍ଟ ୧ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri