କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ । ୨୦୨୪ ପାଇଁ ତାଙ୍କ ନାମ ଘୋଷଣା କରିଛନ୍ତି ଭାରତ ସରକାର । ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ପରିଚିତ ଏହି ପୁରସ୍କାର ଅନନ୍ତ ନାଗଙ୍କ ଦୀର୍ଘ କଳାତ୍ମକ ଯାତ୍ରାକୁ ସ୍ୱୀକୃତି ଦେଇଛି। ପ୍ରେସ୍‌ ଇନ୍‌ଫର୍ମେସନ୍‌ ବ୍ୟୁରୋ (PIB) ପକ୍ଷରୁ ସୂଚନା ଦିଆଯାଇଛି ।

PIB ପକ୍ଷରୁ କୁହାଯାଇଛି ଯେ, ଭାରତୀୟ ସିନେମାରେ ତାଙ୍କ ଉଲ୍ଲେଖନୀୟ ଯାତ୍ରା ଓ ଅବଦାନ ପାଇଁ ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର ୨୦୨୪ରେ ସମ୍ମାନିତ କରାଯିବ। ସରକାରଙ୍କ ସୂଚନା ଅନୁଯାୟୀ, ଗୁଜରାଟର କେଭାଡିଆଠାରେ ୨୨ ସେପ୍ଟେମ୍ବର ୨୦୨୬ରେ ଆୟୋଜିତ ହେବାକୁ ଥିବା ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଅନନ୍ତ ନାଗଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଦାଦାସାହେବ ଫାଲ୍‌କେ ପୁରସ୍କାର ଚୟନ କମିଟିର ସୁପାରିସ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଥିବା ସରକାର ପକ୍ଷରୁ କୁହାଯାଇଛି। ଅନନ୍ତ ନାଗ ନିଜର ଅଭିନୟ ଜରିଆରେ ଏକାଧିକ ପିଢ଼ିକୁ ପ୍ରେରଣା ଦେଇଥିବା ମଧ୍ୟ PIB ପକ୍ଷରୁ କୁହାଯାଇଛି।

୧୯୪୮ ମସିହା ସେପ୍ଟେମ୍ବର ୪ରେ ଜନ୍ମଗ୍ରହଣ କରିଥିବା ଅନନ୍ତ ନାଗଙ୍କ ବୟସ ୭୮ ବର୍ଷ । କନ୍ନଡ଼ ସିନେମାର ଜଣେ ପ୍ରତିଷ୍ଠିତ ଅଭିନେତା ଭାବେ ତାଙ୍କର ସ୍ୱତନ୍ତ୍ର ପରିଚୟ ରହିଛି । ନିଜର ଦୀର୍ଘ କ୍ୟାରିୟରରେ ସେ ୩୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି।କନ୍ନଡ଼ ବ୍ୟତୀତ ହିନ୍ଦୀ, ତେଲୁଗୁ, ତାମିଲ, ମରାଠୀ ଓ ମାଲାୟାଲମ୍‌ ଭାଷାର ଫିଲ୍ମରେ ମଧ୍ୟ ଅନନ୍ତ ନାଗ ଅଭିନୟ କରିଛନ୍ତି । ଅଭିନୟ ସହ ସେ ରାଜନୀତିରେ ମଧ୍ୟ ସକ୍ରିୟ ରହିଛନ୍ତି। ଦୀର୍ଘ ଦଶନ୍ଧି ଧରି ଭାରତୀୟ ସିନେମାକୁ ଦେଇଥିବା ତାଙ୍କ ଅବଦାନ ପାଇଁ ଏବେ ଦେଶର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦାସାହେବ ଫାଲ୍‌କେ ପୁରସ୍କାରରେ ଅନନ୍ତ ନାଗଙ୍କୁ ସମ୍ମାନିତ କରାଯିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?