ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

୨୦୨୦ ବଲିଉଡ୍‌ ପାଇଁ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଜଣେ ପରେ ଜଣେ ଅଭିନେତ୍ରୀଅଭିନେତା ଏହି ଦୁନିଆରୁ ବିଦାୟ ନେଉଛନ୍ତି। ଜଣାଶୁଣା ଅଭିନେତ୍ରୀ ଆଶାଲତା ୱାବଗାଓଁକରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ମଙ୍ଗଳବାର ମୁମ୍ବାଇର ସାତାରା ହସ୍ପିଟାଲରେ ସେ ପ୍ରାୟ ୪.୪୫ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ କରୋନା ସଂକ୍ରମିତ ଥିଲେ ବୋଲି ଜଣାପଡିଛି। ଏହା ପରେ ତାଙ୍କୁ ସତାରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମରାଠୀ ଏବଂ ହିନ୍ଦୀ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତ୍ରୀମାନଙ୍କ ମଧ୍ୟରୁ ଆଶାଲାତା ୱାବଗାଓଁକର ଅନ୍ୟତମ। ତାଙ୍କ ଅଭିନୟ ଯୋଗୁ ସେ ବେଶ୍‌ ଲୋକପ୍ରିୟ ହୋଇଥିଲେ। ସେ ୧୯୪୧, ଜୁଲାଇ ୨ରେ ଗୋଆରେ ଜନ୍ମଗ୍ରହଣ କରିଥିଲେ। ସେ ୧୦୦ରୁ ଅଧିକ ହିନ୍ଦୀ ଏବଂ ମରାଠୀ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଆଶାଲତାଙ୍କ ପ୍ରଥମ ବଲିଉଡ ଚଳଚ୍ଚିତ୍ର ଥିଲା ବାସୁ ଚାଟାର୍ଜୀଙ୍କ ଫିଲ୍ମ ଅପ୍‌ନେ ପରାଏ। ଏହି ଚଳଚ୍ଚିତ୍ର ପାଇଁ ସେ ଫିଲ୍ମଫେୟାର ସହଅଭିନେତ୍ରୀ ପୁ୍‌ରସ୍କାର ପାଇଥିଲେ। ୧୯୭୩ ମସିହାରେ ମୁକ୍ତିଲାଭ କରିଥିବା ଜଞ୍ଜିର ଚଳଚ୍ଚିତ୍ରରେ ସେ ଅମିତାଭ ବଚ୍ଚନଙ୍କ ସାବତ ମା ଭୂମିକାରେ ଅଭିନୟ କରିଥିଲେ। ଅଙ୍କୁଶ, ଆହିସ୍ତା ଆହିସ୍ତା, ସୌକିନ, ୱୋ ସାତ୍‌ ଦିନ, ନମକ ହଲାଲ ଏବଂ ୟାଦେଁା କି କସମ ଭଳି ହଟ୍‌ ଚଳଚ୍ଚିତ୍ରରେ ସେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଏହି ବିଷୟରେ ହେବ ଚର୍ଚ୍ଚା

ଭୁବନେଶ୍ୱର,୩୦ା୭ (ସୁନୀତ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଥମ ଦିନ ସନ୍ଧ୍ୟାରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri